ପୁଣି ଆସୁଛି ଆଉ ଏକ ଲଘୁଚାପ, ୧୯ ଯାଏ ପ୍ରବଳ ବର୍ଷା ସମ୍ଭାବନା


ଭୁବନେଶ୍ୱର : ଲଘୁଚାପ ଏବଂ ମୌସୁମୀ ସକ୍ରିୟ ଥିବା କାରଣରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଏହା ମଧ୍ୟରେ ୧୮ ତାରିଖରେ ଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ଏହାରି ପ୍ରଭାବରେ ରାଜ୍ୟରେ ପୁଣି ଭଲ ବର୍ଷା ହେବ । ଅଧିକାଂଶ ସ୍ଥାନରେ ମଧ୍ୟମ ଧରଣର ବର୍ଷା ଏବଂ କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ।  

ବଙ୍ଗୋପସାଗରରେ ଥିବା ଲଘୁଚାପ ସୃଷ୍ଟି ଏବଂ ଓଡ଼ିଶାରେ ଏବେ ମୌସୁମୀ ସକ୍ରିୟ ଥିବାରୁ ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଛି । ଗତ ୨୪ ଘଣ୍ଟାରେ ବଲାଙ୍ଗୀରର ଦେଓଗାଁରେ ସର୍ବାଧିକ ୧୯୦ ମିମି ବର୍ଷା ହୋଇଛି । ଆସନ୍ତା ୧୮ରେ ଉପକୂଳ ଓଡ଼ିଶା ଓ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ମଧ୍ୟମ ଧରଣର ବର୍ଷା ହୋଇପାରେ । ସେହିପରି ୧୯ ତାରିଖରେ ଦକ୍ଷିଣ ଓଡ଼ିଶାର ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, କନ୍ଧମାଳ, ନବରଙ୍ଗପୁର ଓ କଳାହାଣ୍ଡି ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି।