Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଭଉଣୀ ଲେଖିକା ଗୀତା ମେହେଟ୍ଟାଙ୍କ ପରଲୋକ

ବିିଶିଷ୍ଟ ଲେଖିକା ଗୀତା ମେହେଟ୍ଟାଙ୍କ ପରଲୋକ। ୮୦ ବର୍ଷ ବୟସରେ ଦିଲ୍ଲୀ ସ୍ଥିତ ବାସଭବନରେ ଶେଷ ନିଃଶ୍ବାସ ତ୍ୟାଗ କରିଥିବା ସୂଚନା। ଗୀତା ମେହେଟ୍ଟା ହେଉଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ଼ ଭଉଣୀ। ଗୀତାଙ୍କ ସ୍ବାମୀ ଶନି ମେହେଟ୍ଟାଙ୍କର ୨୦୧୯ରେ ଦେହାନ୍ତ ହୋଇଥିଲା। ଗୀତା ମେହେତା ୨୦୧୯ରେ ପଦ୍ମଶ୍ରୀ ପୁରସ୍କାର ଫେରାଇ ଚର୍ଚ୍ଚାରେ ରହିଥିଲେ। ଗୀତଙ୍କ ପରଲୋକ ପରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟସୂଚୀ ନେଇ ସୂଚନା ମିଳିଛି। ଆସନ୍ତାକାଲି ସକାଳେ ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଯିବେ ବୋଲି ସୂଚନା ମିଳିଛି। ଗୀତା ଏକାଧାରରେ ଜଣେ ଲେଖିକା, ଡକ୍ୟୁମେଣ୍ଟାରୀ ଫିଲ୍ମ ନିର୍ମାତା ଓ ସାମ୍ବାଦିକା।