Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ସ୍ବର୍ଗତ ଗୀତା ମେହେଟାଙ୍କ ଶ୍ରଦ୍ଧାଞ୍ଜଳି ସଭା

ଆଜି ରାୟଗଡା ଜିଲ୍ଲା ବିଜୁ ଜନତା ଦଳ କାର୍ଯ୍ୟାଳୟ ଠାରେ ଓଡିଶାର ପ୍ରସିଦ୍ଧ ଲେଖିକା ତଥା ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଏକମାତ୍ର ସୁପୁତ୍ରୀ ଓ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭଉଣୀ ଗୀତା ମେହେଟାଙ୍କ ବିୟୋଗରେ ରାୟଗଡାର ସମସ୍ତ ବରିଷ୍ଟ ନେତୃବୃନ୍ଦ ଉପସ୍ଥିତ ରହି ଏକ ଶୋକ ସଭା ଆୟୋଜନ କରିଥିଲେ। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ତାଙ୍କ ଅମର ଆତ୍ମାର ସଦଗତି କାମନା କରି ପୁଷ୍ପମାଲ୍ୟ ପ୍ରଦାନ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ। ଶୋକ ସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ଗଭୀର ସମବେଦନା ଜଣାଇବା ସହ ଶ୍ରୀମତୀ ମେହେତାଙ୍କ ଫୋଟୋ ଚିତ୍ରରେ ପୁଷ୍ପମାଲ୍ୟ ପ୍ରଦାନ ପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ। ୟେଲା କୋଣ୍ଡାବାବୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ରାୟଗଡା ବିଧାୟକ ମକରନ୍ଦ ମୁଦୁଲି ତଥା ବିଜୁଜନତା ଦଳର ବରିଷ୍ଠ ନେତା ମାନେ ଯୋଗଦେଇଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ