Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

୪୮ ଘଣ୍ଟା ମଧ୍ୟରେ ଆଉ ଏକ ଲଘୁଚାପ ସମ୍ଭାବନା, ଫିକା ପଡ଼ିପାରେ ଗଣେଶ ପୂଜା

ଭୁବନେଶ୍ଵର: ୪୮ ଘଣ୍ଟା ମଧ୍ୟରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ସୋମବାର ଏନ ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଉତ୍ତର-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ବାୟୁମଣ୍ଡଳର ୩.୧ରୁ ୫.୮ କିମି ମଧ୍ୟରେ ସକ୍ରିୟ ରହିଛି। ଏହାରି ପ୍ରଭାବରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଲଘୁଚାପର ସମ୍ଭାବନା ରହିଛି। ଏହି କାରଣରୁ ଆସନ୍ତା ୨୧ ତାରିଖ ଯାଏ ରାଜ୍ୟରେ ପ୍ରବଳ ବର୍ଷା ହେବାର ଆଶଙ୍କା କରାଯାଉଛି। ଏମିତି ହେଲେ ଗଣେଶ ପୂଜା ଫିକା ପଡ଼ିପାରେ।

ଆଞ୍ଚଳିକ ପା‌ଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ମୁତାବକ ଆସନ୍ତାକାଲି ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ। ଏଥିସହ କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ମଧ୍ୟ ହୋଇପାରେ। ୧୯ ତାରିଖ ଦିନ ବର୍ଷାର ବିସ୍ତୃତି ଓ ପ୍ରଭାବ ବଢ଼ିବ।

ପାଣିପାଗ ବି‌ଶେଷଜ୍ଞ ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି ଯେ ଲଘୁଚାପ ପ୍ରଭାବରେ ୨୦ରୁ ୨୨ ତାରିଖ ଭିତରେ ସବୁଠାରୁ ଅଧିକ ବର୍ଷା ହୋଇପାରେ। ସାଧାରଣ ଭାବେ ୨୦ରୁ ୨୨ ତାରିଖ ମଧ୍ୟରେ ମଧ୍ୟମ ଓ କେତେକ ଆଭ୍ୟନ୍ତରୀଣ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଉପକୂଳ ଓ ସଂଲଗ୍ନ ଓଡ଼ିଶାରେ ପ୍ରବଳ ବର୍ଷିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।