Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଜିଲ୍ଲାପାଳଙ୍କ ଜନଶୁଣାଣୀ ଶିବିର

ଦେବଗଡ ଜିଲ୍ଲା ତିଲେଇବଣୀ ବ୍ଲକ୍ ସଡୋ ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିର ରେ ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟ ଯୋଗ ଦେଇ ୯୦ ଟି ଅଭିଯୋଗ ଶୁଣାଣି କରି ଏହା ଉପରେ ଆବଶ୍ୟକ ପଦକ୍ଷେପ ପାଇଁ ସଂପୃକ୍ତ ଅଧିକାରୀ ମାନଙ୍କୁ ତୁରନ୍ତ ସମାଧାନ କରିବାପାଇଁ ନିର୍ଦ୍ଦେଶ ଦେଇଥିଲେ। ଶିବିର ରେ ବ୍ୟକ୍ତିଗତ ୭୦ ଟି, ସାମୁହିକ ୨୦ ଟି ସମସ୍ୟା ଉପରେ ଆଧାରିତ ଥିଲା। ଶିବିର ରେ ବିଭିନ୍ନ ସମସ୍ୟା ଯଥା ରାସ୍ତାଘାଟ, ଇଲେକ୍ଟ୍ରି, ୦.୦୪ ଜମିର ପଟ୍ଟା, ପାନୀୟଜଳ, ଜମି ମରାମତି, ପ୍ରଧାନ ମନ୍ତ୍ରୀ ସଡ଼କ, PWD ରାସ୍ତା, ଓ ସରକାରି ବସ ଚଳାଚଳ,ଉପରେ ଜିଲ୍ଲାପାଳଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଜିଲ୍ଲାପାଳ ଶ୍ରୀ ଉପାଧ୍ୟାୟ ଏହାର ପ୍ରତିକାର ପାଇଁ ବିଭିନ୍ନ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏହି ଶିବିରରେ ଆରକ୍ଷୀ ଅଧିକ୍ଷକ ପ୍ରଦ୍ୟୁମ୍ନ ମିଶ୍ର,ବନଖଣ୍ଡ ଅଧିକାରୀ ମଗରଧନାଜି ରାଓସ୍ୱ,ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଧର୍ମାନନ୍ଦ ବେହେରା, ଉପଜିଲ୍ଲାପାଳ ପରିକ୍ଷିତ ସାହୁ, ତିଲେଇବଣୀ ଗୋଷ୍ଠୀ ଉନ୍ନୟନ ଅଧିକାରୀ ପ୍ରିୟଦର୍ଶିନୀ ମିର୍ଦ୍ଧା, ଡେପୁଟି କଲେକ୍ଟର ଲୀଳାବତୀ ନାୟକ, ତହସିଲଦାର ଏଜେଲିନ୍ ବାରା ଓ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ