Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ମଦନପୁର ରାମପୁର ଠାରେ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

ଭବାନୀପାଟଣା, ୧୮/୦୯ (ଜଗନ୍ନାଥ ନାଏକ) : ଆଜି ଏମ ରାମପୁର ସ୍ଥିତ ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀ ଙ୍କ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଉପ ଜିଲ୍ଲାପାଳ, ଭବାନୀପାଟଣା ଡ ବିଶ୍ବଜିତ ଦାସ , ଏସ ଡି ପି ଓ, କେସିଙ୍ଗା ଶ୍ରୀ ରୋହିତ ବର୍ମା,ବ୍ଲକ୍ ଅଧ୍ୟକ୍ଷା ଶ୍ରୀମତୀ ମନ୍ଦାକିନୀ ସିଂହଦେଓ ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।
ଏହି ଜନ ଶୁଣାଣି ଶିବିରରେ ମୋଟ ୫୦ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୩୯ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୧ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୦୩ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା। ମୁଖ୍ୟମନ୍ତ୍ରୀ ରିଲିଫ୍ ଫଣ୍ଡରୁ ଏମ ରାମପୁର ବ୍ଲକର ହରିଶ୍ ଚନ୍ଦ୍ରପୁର ଗ୍ରାମର ରିଞ୍ଜୁ ମାଝୀଙ୍କୁ ଘରଭଙ୍ଗା ସହାୟତା ବାବଦକୁ ୫୦୦୦ ଟଙ୍କା ମଞ୍ଜୁର କରାଯାଇଥିଲା।