Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ପାରଳାଖେମୁଣ୍ଡି ଠାରେ ଓଡିଶା ମୋଟର ଚାଳକ ସଂଘ ତରଫରୁ ଚାଳକ ଦିବସ ପାଳନ

ପାରଳାଖେମୁଣ୍ଡି:୨୦/୯(ଗରୁଡ଼ ଧ୍ଵଜ ଚୌଧୁରୀ) ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଠାରେ ଓଡ଼ିଶା ମୋଟର ଚାଳକ ସଂଘ ତରଫରୁ ଚାଳକ ଦିବସ ପାଳନ ହୋଇଯାଇଛି । ଏହି ପରିପେକ୍ଷୀରେ ସ୍ଥାନୀୟ କଲେଜ ଛକ ଠାରୁ ଏକ ଶୋଭାଯାତ୍ରା ବାହାରି ସହର ପରିକ୍ରମା କରିବା ସହ ମୁଖ୍ୟ ଚିକିତ୍ସାଳୟ ନିକଟରେ ଥିବା ଆଶ୍ରମର ଅନ୍ତେବାସୀଙ୍କୁ ରନ୍ଧା ଖାଦ୍ୟ ପ୍ରଦାନ କରାଯାଇଥିଲା । ଚାଳକ ମାନେ କିପରି ସତର୍କତାର ସହ ଗାଡ଼ି ଚାଳନା କରିବେ , ଟ୍ରାଫିକ ନିୟମ ମାନିବା, ବିପଦପୂର୍ଣ୍ଣ ଗାଡ଼ି ଚାଳନାରୁ ଦୂରେଇ ରହିବା ଉପରେ ଆଲୋଚନା କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଓଡ଼ିଶା ମୋଟର ଚାଳକ ସଂଘ ସଭାପତି ଏନ. ଶ୍ରୀନୁ, ଉମାଶଙ୍କର ଜେନାଙ୍କ ସହ ପାରଳାଖେମୁଣ୍ଡି ସଂଘର ସମସ୍ତ ସଦସ୍ୟ ଉପସ୍ଥିତ ଥିଲେ

More Stories