୯ଟି ବନ୍ଦେ ଭାରତ ଟ୍ରେନ୍ର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆଦିଲ୍ଲୀରୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ପତାକା ଦେଖାଇ କଲେ ୯ଟି ବନ୍ଦେ ଭାରତ ଏକ୍ସପ୍ରେସ୍ର ଶୁଭାରମ୍ଭ।ଏହି ଟ୍ରେମ ମଧ୍ୟରେ ରହିଛିଉଦୟପୁର ଜୟପୁର ବନ୍ଦେ ଭାରତ ଏକ୍ସପ୍ରେସ୍,ତିରୁନେଲଭେଲି ମଦୁରାଇ ଚେନ୍ନାଇ ବନ୍ଦେ ଭାରତ ଏକ୍ସପ୍ରେସ୍,ହାଇଦ୍ରାବାଦ – ବେଙ୍ଗାଲୁରୁ ବନ୍ଦେ ଭାରତ ଏକ୍ସପ୍ରେସ୍,ବିଜୟୱାଡା – ଚେନ୍ନାଇ (ଭାୟା ରେନିଗୁଣ୍ଟା) ବନ୍ଦେ ଭାରତ ଏକ୍ସପ୍ରେସ୍, ପାଟନା – ହାୱଡ଼ା ବନ୍ଦେ ଭାରତ ଏକ୍ସପ୍ରେସ୍,କାସରଗୋଡ – ତିରୁଅନନ୍ତପୁରମ ବନ୍ଦେ ଭାରତ ଏକ୍ସପ୍ରେସ,ରାଉରକେଲା-ଭୁବନେଶ୍ୱର- ପୁରୀ ବନ୍ଦେ ଭାରତ ଏକ୍ସପ୍ରେସ୍,ରାଞ୍ଚି – ହାୱଡ଼ା ବନ୍ଦେ ଭାରତ ଏକ୍ସପ୍ରେସ୍ ଓ ଜାମନଗର – ଅହମ୍ମଦାବାଦ ବନ୍ଦେ ଭାରତ ଏକ୍ସପ୍ରେସ୍।
ଏହି ୯ଟି ଟ୍ରେନ୍ ରାଜସ୍ଥାନ, ତାମିଲନାଡୁ, ତେଲେଙ୍ଗାନା, ଆନ୍ଧ୍ରପ୍ରଦେଶ, କର୍ଣ୍ଣାଟକ, ବିହାର, ପଶ୍ଚିମବଙ୍ଗ, କେରଳ, ଓଡ଼ିଶା, ଝାଡ଼ଖଣ୍ଡ ଓ ଗୁଜରାଟ ଭଳି ୧୧ଟି ରାଜ୍ୟରେ ଯୋଗାଯୋଗ ବୃଦ୍ଧି କରିବ।