Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ତରଙ୍ଗଡା ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ଠାରେ ଜିଲ୍ଲାପାଳଙ୍କ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ।

ପାରଳାଖେମୁଣ୍ଡି:୨୫/୯(ଗରୁଡ଼ ଧ୍ଵଜ ଚୌଧୁରୀ) ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ଅନ୍ତର୍ଗତ ତରଙ୍ଗଗଡ଼ ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାଆୟତପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନ ଓ ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ଵାତୀ ଏସ କୁମାର ମିଳିତ ଜନ ଅଭିଯୋଗ ଶୁଣାଣୀ ରେ ଯୋଗଦାନ କରି ତରଙ୍ଗଗଡ଼ ସମେତ ଜୀବା, ମୁନିଶିଂ ଓ ଯାମି ଗ୍ରାମ ପଞ୍ଚାୟତର ସମୁଦାୟ ମୋଟ ୯୬ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୬୧ ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା- ୩୫ ଓ ୪୨ ଗୋଟି ଅଭିଯୋଗକୁ ତୁରନ୍ତ ଫୈସଲା କରାଯାଇ ସମାଧାନ କରାଯାଇଛି । ତିନି ଜଣଙ୍କୁ ମୁଖ୍ୟ ମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ତିରିଶ ହଜାର ଟଙ୍କା ଆର୍ଥିକ ସହାୟତା ରାଶି ପ୍ରଦାନ କରାଯାଇଛି। ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା, ଜମି ପଟ୍ଟା, ଜଳ ସେଚନ, ଗୃହ ନିର୍ମାଣ, ରାସନ୍ କାର୍ଡ, ମନରେଗା, ଶିକ୍ଷା, ମୋ ଘର ଯୋଜନା, ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା ।
ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ଗୁମ୍ମା ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ସୁନେମୀ ମଣ୍ଡଳ,ସ୍ଥାନୀୟ ସରପଞ୍ଚ , ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଅନୁପ ଅଭିଷେକ ବେହେରା,
ତହସିଲଦାର , ଜନ ଅଭିଯୋଗ ଶୁଣାଣି ନୋଡାଲ ଅଧିକାରୀ ଓ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଗଣଙ୍କ ସମେତ ସ୍ଥାନୀୟ ଜନପ୍ରତିନିଧି ଉପସ୍ଥିତ ଥିଲେ ।