Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ ଅତିରିକ୍ତ ଜିଲ୍ଲାପାଳ ତନ୍ମୟ କୁମାର ଦରୱାନଙ୍କ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

ଭବାନୀପାଟଣା, ୨୫/୦୯ (ଜଗନ୍ନାଥ ନାଏକ) : କଳାହାଣ୍ଡି ଜିଲ୍ଲା ଜୟପାଟଣା ସ୍ଥିତ ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ତନ୍ମୟ କୁମାର ଦରୱାନଙ୍କ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଏସ.ଡି.ପି.ଓ, ଧର୍ମଗଡ଼ ଶ୍ରୀ ଧିରଜ୍ କୁମାର ଚୋପ୍ ଦାର, ବ୍ଲକ୍ ଅଧ୍ୟକ୍ଷ ଶ୍ରୀ ଥବିର ବାଗଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ। ଏହି ଜନ ଶୁଣାଣି ଶିବିରରେ ମୋଟ ୭୪ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୪୦ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୩୪ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୦୧୬ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ