Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

କଟଙ୍ଗପାଣି ଆଶ୍ରମ ସ୍କୁଲରେ ଅଭିଭାବକ ଆମ ଅଂଶୀଦାର ବୈଠକ

ଜମନକିରା : ଜମନକିରା ବ୍ଲକ କଟଙ୍ଗପାଣି ପଞ୍ଚାୟତ ସରକାରୀ ସେବାଶ୍ରମ ବିଦ୍ୟାଳୟରେ ଆଜି ଅଭିଭାବକ ଆମ ଅଂଶୀଦାର ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସ୍କୁଲର ପ୍ରଧାନ ଶିକ୍ଷକ ରାଜକିଶୋର ପ୍ରସାଦ ଅଧ୍ୟକ୍ଷତା ଏବଂ ପରିଚାଳନା କରିଥିବା ବେଳେ ମୁଖ୍ୟଅତିଥି ଭାବେ କ୍ଷୀରୋଦ ସାଗର ପ୍ରଧାନ ଯୋଗଦେଇ ମାତାପିତା ମାନେ କିପରି ନିଜର ପିଲାଙ୍କର ଭଲ ମନ୍ଦ ବିଷୟରେ ଅଧିକ ଜାଣି ପାରିବେ। ଅସୁବିଧାକୁ ଶିକ୍ଷକ ଶିକ୍ଷୟତ୍ରୀ ମାନଙ୍କ ସହ ଯୋଗ ସ୍ଥାପନ କରି ଦୂର କରି ପାରିବେ ସେ ନେଇ ବକ୍ତବ୍ୟ ପ୍ରଦାନ କରିଥିଲେ। ମୁଖ୍ୟବକ୍ତା ଭାବେ ପରଦେଶୀ ପ୍ରଧାନ ଯୋଗ ଦେଇ ଆମେ ଜାଣିବା ଓ ଆମେ ଜିଣିବା ଉପରେ ବକ୍ତବ୍ୟ ପ୍ରଦାନ କରିଥିଲେ। ସମ୍ମାନୀୟ ଅତିଥି ଭାବେ ଗୋଷ୍ଟି ସମାଜ ମଙ୍ଗଳ ଅଧିକାରୀ ଐଶର୍ଯ୍ୟ ନାୟକ, ପରିଚାଳନା କମିଟିର ଯୁବରାଜ ପ୍ରଧାନ, ସୁମିତ କୁମାର ନାୟକ, ସୂର୍ଯ୍ୟକାନ୍ତ ବାଘ, ଅଞ୍ଜନା ନାଏକ, ନେତ୍ରାମଣି କିସାନ, ରାଜେନ୍ଦ୍ର ଘଟୁଆଲ, ଝରଣା ପ୍ରଧାନ, ସୁକେଶିନି ବାଘ ପ୍ରମୁଖ ମଞ୍ଚାଷିନ ହୋଇ ବୈଠକର ଆବଶ୍ୟକତା ଓ ଉପକାରିତା ଉପରେ ଅଭିଭାବକ ଅଭିଭାବିକା ମାନଙ୍କୁ ଆପଣ ମାନେ ହିଁ ଆମ ସ୍କୁଲର ଅଂଶୀଦାର ବୋଲି ଅଭିଭାଷଣ ମାଧ୍ୟମରେ ବୁଝାଇଥିଲେ। ବୈଠକ ପୂର୍ବରୁ ଛାତ୍ରୀ ମାନେ ସ୍ବାଗତ ସଙ୍ଗୀତ ପରିବେଷଣ କରିଥିଲେ। ସଭା ପୂର୍ବରୁ ଦୀପ ପ୍ରଜ୍ବଳନ କରାଯାଇଥିବା ବେଳେ ପ୍ରଧାନ ଶିକ୍ଷକ ଶ୍ରୀ ପ୍ରସାଦ ବାର୍ଷିକ ବିବରଣୀ ପଠନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ସମସ୍ତ ବିଭାଗର ଅଧିକାରୀ, କର୍ମଚାରୀ ଉପସ୍ଥିତ ଥିଲେ। ଶେଷରେ ସହକାରୀ ଶିକ୍ଷକ ସୁଶାନ୍ତ କୁମାର ଦେହୁରୀ ଧନ୍ୟବାଦ ଅର୍ପଣ କରିଥିଲେ। ଏହି ଅବସରରେ କୃଷି ବିଭାଗ, ସମ୍ମନ୍ଵିତ ଶିଶୁ ଓ ମାତୃ ବିଭାଗ, ପ୍ରାଣୀ ଧନ, ମୌଳିକ ସାକ୍ଷରତା ସଂଖ୍ୟା ଜ୍ଞାନ ବିଭାଗ ଏବଂ ସ୍ବାସ୍ଥ୍ୟ ବିଭାଗର ବିଭିନ୍ନ ଷ୍ଟଲ ପଡ଼ିଥିବା ବେଳେ ଏହାର ଆବଶ୍ୟକତା ନେଇ ବିଭାଗୀୟ ଅଧିକାରୀ ବୃନ୍ଦ ବୁଝାଇଥିଲେ। ଏଥିରେ ମାଟ୍ରନ, ଅଭିଭାବକ, ଅଭିଭାବକା, ଛାତ୍ରୀ, ଛାତ୍ର ଏବଂ ଚତୁର୍ଥ କର୍ମଚାରୀ ପ୍ରମୁଖ ସହଯୋଗ କରିଥିଲେ।