Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

୨୯ରୁ ରାଜ୍ୟରେ ବର୍ଷା, ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର : ଗତକାଲିଠୁ ମୌସୁମୀର ଫେରିବା ପ୍ରକ୍ରିୟା ଆରମ୍ଭ ହୋଇଛି। ତେବେ ଉତ୍ତର ଆଣ୍ଡାମାନ ସାଗର ଓ ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ୩୦ ତାରିଖ ବେଳକୁ ଲଘୁଚାପ ସୃଷ୍ଟିର ସମ୍ଭାବନା ଅଛି । ଲଘୁଚାପ ପ୍ରଭାବରେ ୨୯ରୁ  ଅକ୍ଟୋବର୨ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ।  ତେବେ ଆଗାମୀ ଦୁଇ ଦିନ ରାଜ୍ୟରେ ପାଗ ଶୁଖିଲା ରହିବା ସହିତ ଗୁଳୁଗୁଳି ଅନୁଭୂତ ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ଉତ୍ତର ଆଣ୍ଡାମାନ ସାଗର ଓ ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିର ସମ୍ଭାବନା ଅଛି। ଏହାରି ପ୍ରଭାବରେ ୨୯ରେ ମୟୂରଭଞ୍ଜ, ବାଲେଶ୍ୱର, ମାଲକାନଗିରି ଓ କୋରାପୁଟର କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ସେହିପରି ୩୦ରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ସମ୍ବଲପୁର, ସୋନପୁର ଓ ବଲାଙ୍ଗୀରର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ତେଣୁ ଏହିସବୁ  ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଦିଆଯାଇଛି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ