Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ଲଘୁଚାପର ରୂପ ନେବ ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ, ଅକ୍ଟୋବର ପହିଲାରୁ ପ୍ରବଳ ବର୍ଷା !

ଭୁବନେଶ୍ୱର: ଅକ୍ଟୋବର ପହିଲାରୁ ରାଜ୍ୟରେ ହେବ ପ୍ରବଳ ବର୍ଷା। ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆସନ୍ତା ଶୁକ୍ରବାର ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ଶନିବାର ଲଘୁଚାପ ରୂପ ନେବ। ଏହା ଅଧିକ  ଘନୀଭୂତ ହେବ ଏବଂ ଅକ୍ଟୋବର ୧, ୨ ଓ ୩ ତାରିଖରେ ରାଜ୍ୟରେ ନିର୍ଧୁମ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରିଛି । 

ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ୍‌ ଆର ବିଶ୍ବାସଙ୍କ କହିବାନୁଯାୟୀ, ୨୮ ତାରିଖରୁ ରାଜ୍ୟରେ ବର୍ଷା ଆରମ୍ଭ ହୋଇଯିବ । ୨୯ରେ କିଛି ସ୍ଥାନରେ  ପ୍ରବଳ ବର୍ଷା ହୋଇପାରେ। ଅକ୍ଟୋବର ୧ରେ ବାଲେଶ୍ବର, ଭଦ୍ରକ, ଯାଜପୁର, ଅନୁଗୁଳ, ଢେଙ୍କାନାଳ, ଦେବଗଡ଼, କଟକ, ବୌଦ୍ଧ, ସୁବର୍ଣ୍ଣପୁର, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରେ ପ୍ରବଳ ବର୍ଷାର ହୋଇପାରେ। ସେହିପରି ବଲାଙ୍ଗୀର,  ସମ୍ବଲପୁର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ  ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । କିଛି ସ୍ଥାନରେ ୭୦ରୁ ୨୦୦ମିମି ଯାଏ ବର୍ଷା  ସମ୍ଭାବନା ଅଛି । 

More Stories