Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଲଘୁଚାପର ରୂପ ନେଲା ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ, ୨୦ଟି ଜିଲ୍ଲାକୁ ୟେଲୋ ଆଲର୍ଟ

ଭୁବନେଶ୍ଵର: ଲଘୁଚାପର ରୂପ ନେଲା ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ। ଏହାରି ପ୍ରଭାବରେ ଆସନ୍ତା ସପ୍ତାହ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପ୍ରକାଶ। ସେପଟେ ତିନି ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ଲଘୁଚାପ ପ୍ରଭାବରେ ରାଜ୍ୟରେ ସ୍ଵଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ସେପ୍ଟେମ୍ବର ୩୦ରୁ ଅକ୍ଟୋବର ୫ ତାରିଖ ଯାଏ ସ୍ଵାଭାବିକଠୁ ଅଧିକ ବର୍ଷା ହେବ ବୋଲି ଆକଳନ କରାଯାଇଛି। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ଉତ୍ତର, ଆଭ୍ୟନ୍ତରୀଣ ଏବଂ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଶୁକ୍ରବାର ପ୍ରବଳ ବର୍ଷା ନେଇ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଏବଂ ଭଦ୍ରକକୁ ସତର୍କତା ଜାରି କରାଯାଇଛି । ସେହିପରି ବିଜୁଳି ଘଡ଼ଘଡ଼ି ସହ ବର୍ଷା ପାଇଁ ୨୦ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।

୧ ତାରିଖରୁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ୧୧ଟି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ଏହିସବୁ ଜିଲ୍ଲାରେ ୭୦ ରୁ ୨୦୦ ମିଲିମିଟର ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ