Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ସରିଲା ପରୀକ୍ଷା; ୩ରୁ ମାଟ୍ରିକ ଖାତା ଦେଖା

ଭୁବନେଶ୍ବର: ସରିଲା ମାଟ୍ରିକ ପରୀକ୍ଷା। ଆଜି ଶେଷ ଦିନରେ ଛାତ୍ରଛାତ୍ରୀ ଗଣିତ ପରୀକ୍ଷା ଦେଇଛନ୍ତି। ସୂଚନା ଥାଉ କି ଚଳିତ ବର୍ଷ ମାର୍ଚ୍ଚ ୧୦ ତାରିଖରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇଥିଲା। ଏ ବର୍ଷ ମୋଟ ୩୨୧୮ଟି ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ହୋଇଥିଲା। ଏଥର ପ୍ରାୟ ସାଢେ ୫ ଲକ୍ଷ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି।

ଆସନ୍ତା ମାସ ଏପ୍ରିଲ ୩ରୁ ମାଟ୍ରିକ ପରୀକ୍ଷା ଖାତା ଦେଖା ଆରମ୍ଭ ହେବ। ଏପ୍ରିଲ ଶେଷ ସୁଦ୍ଧା ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି ବୋର୍ଡ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ୫୬ଟି କେନ୍ଦ୍ରରେ ମାଟ୍ରିକ ପରୀକ୍ଷା ଖାତା ଦେଖା ହେବ। ଏ ନେଇ ବୋର୍ଡ ସଭାପତି ସୂଚନା ଦେଇଛନ୍ତି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ