Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ରେନବୋ ପବ୍ଲିକ ସ୍କୁଲରେ ମୋ ମାଟି ମୋ ଦେଶ କାର୍ଯ୍ୟକ୍ରମ

ସମ୍ବଲପୁର : ବରଗଡ଼ ରେନବୋ ପବ୍ଲିକ ସ୍କୁଲ ପରିସରରେ ଅତି ଆନନ୍ଦ ଉତ୍ସାହର ସହିତ ମୋ ମାଟି ମୋ ଦେଶ (ମେରୀ ମିଟ୍ଟି ମେରା ଦେଶ୍) କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ଏହି ଅବସରରେ ବିଦ୍ୟାଳୟର ପ୍ରାୟ ୫୦ ଜଣ ଛାତ୍ରଛାତ୍ରୀ ବିଭିନ୍ନ ପ୍ରତିଯୋଗିତାରେ ଭାଗ ନେଇଥିଲେ । ଏହି କାର୍ଯ୍ୟକ୍ରମରେ ବରଗଡ଼ ଜିଲ୍ଲା ଅତିରିକ୍ତ ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ଜ୍ୟୋତିକାନ୍ତ ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପିଲାଙ୍କୁ ଆଗାମୀ ଭବିଷ୍ୟତ ଭାରତକୁ ଉନ୍ନତିର ଚରମ ଶିଖରରେ ପହଞ୍ଚାଇବାକୁ ଉପଦେଶ ଦେଇଥିଲେ । ଏଥି ସହିତ ସମ୍ମାନୀତ ଅତିଥି ଭାବେ ଅବସରପ୍ରାପ୍ତ ପ୍ରାଣୀ ବିଜ୍ଞାନ ଅଧ୍ୟାପକ ଶ୍ରୀଯୁକ୍ତ ସୌଭାଗ୍ୟ କୁମାର ପ୍ରଧାନ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ନିଜର ଭାରତୀୟ ହେବାରେ ଗର୍ବ ଅନୁଭବ କର ବୋଲି ଉଦବୋଧନ ଦେଇଥିଲେ । ବିଦ୍ୟାଳୟର ସମ୍ପାଦିକା ଶ୍ରୀମତି ଚନ୍ଦନା ରଥ ଓ ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ହିମାଂଶୁ ଶେଖର ମେହେର ଛାତ୍ରଛାତ୍ରୀଙ୍କୁ ଏହି କାର୍ଯ୍ୟକ୍ରମ ପାଳନର ଉଦ୍ଦେଶ୍ୟ ବିଷୟରେ ଅବଗତ କରାଇଥିଲେ ।ଏହି ଅବସରରେ ବିଦ୍ୟାଳୟରେ ଆୟୋଜିତ ଚିତ୍ରାଙ୍କନ ଓ ରଙ୍ଗୋଲି ପ୍ରତିଯୋଗିତାର ବିଜେତାଙ୍କୁ ପୁରସ୍କୃତ କରାଯାଇଥିଲା ।ବିଦ୍ୟାଳୟର ଶିକ୍ଷକ ଆଲୋକ ରଞ୍ଜନ ଦାଶ ସଭା ପରିଚାଳନା କରିଥିବା ବେଳେ ଶ୍ରୀମତି ଯଶୋଦା ଦାସ ଧନ୍ୟବାଦ ଅର୍ପଣ କରିଥିଲେ ।ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ସହଯୋଗ କରିଥିଲେ ।