ବଜ୍ରପାତରେ ଜଣେ ମହିଳାଙ୍କ ମୃତ୍ୟୁ ଏବଂ ତିନି ଜଣ ମହିଳା ଗୁରୁତର ଅବସ୍ଥାରେ ଡାକ୍ତର ଖାନାରେ ଚିକିତ୍ସିତ


ବୀରମହାରାଜପୁର : ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ କୋଟସମଲାଇ ଗ୍ରାମରେ ଶୁକ୍ରବାର ସନ୍ଧ୍ୟାରେ ବଜ୍ରପାତ ଯୋଗୁ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଗୁରୁତର ହୋଇଥିବା ଜଣାପଡିଛି । ବଜ୍ରପାତରେ ଉକ୍ତ ଗ୍ରାମର ସୁବାସିନୀ ନାଏକଙ୍କ ମୃତ୍ୟୁ ହୋଇଥିବା ବେଳେ ରାସେଶ୍ୱରୀ ଖୁଂଟିଆ , ମଞ୍ଜୁ ଖୁଂଟିଆ ଏବଂ ଟାହିଲା ପଧାନ ଗୁରୁତର ହୋଇଥିବା ଜଣାପଡିଛି । ସୂଚନା ଅନୁଯାୟୀ ମହିଳା ମାନେ ଗାଁର ଏକ ଚାଷ ଜମିରେ ଘାସ ବାଛୁଥିବା ବେଳେ ହଠାତ ବଜ୍ରପାତ ହୋଇଥିଲା । ଫଳରେ ଉକ୍ତ ୪ ଜଣ ମହିଳା ଗୁରୁତର ହୋଇ ପଡିଥିଲେ । ସୁବାସିନୀଙ୍କ ଅବସ୍ଥା ଅଧିକ ସଙ୍କଟାପନ୍ନ ଥିବାରୁ ୧୦୮ ଆମ୍ବୁଲାନ୍ସ ଯୋଗେ ସୁବର୍ଣ୍ଣପୁର ଜିଲ୍ଲା ମୂଖ୍ୟ ଚିକିତ୍ସାଳୟରେ ଭର୍ତି କରିଥିଲେ । କିନ୍ତୁ ଡାକ୍ତର ସୁବାସିନୀଙ୍କ ସେଠାରେ ମୃତ୍ୟୁ ଘୋଷଣା କରିଥିଲେ । ଅନ୍ୟପଟେ ଗୁରୁତର ଅନ୍ୟ ୩ ମହିଳା ଉଲୁଣ୍ଡା ସ୍ୱାସ୍ଥ୍ୟକେନ୍ଦ୍ରରେ ଚିକିତ୍ସିତ ହୋଇଥିବା ଜଣାପଡିଛି ।