Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ଭବାନୀପାଟଣା ଠାରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ ପାଳିତ

ଭବାନୀପାଟଣା, ୦୧/୧୦ (ଜଗନ୍ନାଥ ନାଏକ) : ଆଜି ଭବାନୀପାଟଣା ଟାଉନ ହଲ ଠାରେ ଜିଲ୍ଲା ପ୍ରଶାସନ ତଥା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଆନୁକୂଲ୍ୟ ରେ ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ଯୋଗାଭ୍ୟାସ ରେ ଆରମ୍ଭ ହୋଇଥିବା ଏହି କାର୍ଯ୍ୟକ୍ରମରେ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ବୀରେନ୍ଦ୍ର କୁମାର କହଁର ସଭାପତିତ୍ୱ କରିଥିବା ବେଳେ ଅତିରିକ୍ତ ଜିଲ୍ଲାପାଳ ତନ୍ମୟ କୁମାର ଦରୱାନ ମୁଖ୍ୟ ଅତିଥି ଭାବରେ ଯୋଗଦେଇଥିଲେ. ଅନ୍ୟତମ ଅତିଥି ଭାବରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଏବଂ ଜନ ସ୍ୱାସ୍ଥ୍ୟ ଅଧିକାରୀ ଡ ନିହାରେନ୍ଦ୍ର ପଣ୍ଡା, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ସେଲିଷ୍ଟିନ ଟୀଗା,ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ମନୋଜ କୁମାର ବେହେରା, ସହକାରୀ ଜିଲ୍ଲାପାଳ ଶ୍ରୀ ଦିଲ୍ଲୀପ କୁମାର ପାତ୍ର,ବରିଷ୍ଠ ନାଗରିକ ସଂଘ ସଭାପତି ଗଜେନ୍ଦ୍ର ପ୍ରସାଦ ପାଢ଼ୀଏବଂ ଅବସରପ୍ରାପ୍ତ କର୍ମଚାରୀ ସଙ୍ଘ ସମ୍ପାଦକ ରାଜେନ୍ଦ୍ର କୁମାର ସାହୁ ପ୍ରମୁଖ ମଞ୍ଚାସିନ ଥିଲେ।ଏହି କାର୍ଯ୍ୟକ୍ରମରେ ଶତାଧିକ ବରିଷ୍ଠ ନାଗରିକ ଯୋଗ ଦେଇଥିବା ବେଳେ ଜିଲ୍ଲା ପ୍ରଶାସନ ତରଫରୁ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଏବଂ ଚକ୍ଷୁ ପରୀକ୍ଷା ହୋଇଥିଲା। ଏହି ଅବସରରେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ବେଳେ ସହିତ ପୂର୍ବରୁ ବିଦ୍ୟାଳୟ ସ୍ତରରେ ବିଭିନ୍ନ ପ୍ରତିଯୋଗିତା ରେ ସଫଳ ହୋଇଥିବା କୃତି ଛାତ୍ର ଛାତ୍ରୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା।ବରିଷ୍ଠ ନାଗରିକ ମାନଙ୍କ ଦ୍ଵାରା ସଂଗୀତ ପରିବେଷଣ ଏବଂ ମ୍ୟାଜିକ ଶୋ ଆକର୍ଷଣର କେନ୍ଦ୍ର ବିନ୍ଦୁ ପାଲଟିଥିଲା।ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ ଚନ୍ଦନ କୁମାର ବାରିକ ଧନ୍ୟବାଦ ଅର୍ପଣ କରିଥିବା ବେଳେ ଜୁନାଗଡ଼ ଗୋଷ୍ଠୀ ସାମାଜିକ ସୁରକ୍ଷା ଅଧିକାରୀ ତୁଷାର ରଞ୍ଜନ ସାହୁ ମଞ୍ଚ ପରିଚାଳନା କରିଥିଲେ।