Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ଭବାନୀପାଟଣାଠାରେ ସାଇବର ସୁରକ୍ଷା ରଥର ଶୁଭାରମ୍ଭ

କଳାହାଣ୍ଡି,୦୨/୧୦-ଆଜି ଭବାନୀପାଟଣା ଟାଉନ ହଲ ଠାରେ କଳାହାଣ୍ଡି ପୁଲିସ ତରଫରୁ ସାଇବର ସୁରକ୍ଷା ଅଭିଯାନର ଶୁଭାରମ୍ଭ କରା ଟଯାଇଛି । ଆଜିର ଏହି କାର୍ଯ୍ୟକ୍ରମରେ କଳାହାଣ୍ଡି ଏସପି ଅଭିଳାଷ ଜୀ, କେସିଙ୍ଗା ଏସ୍ ଡିପିଓ ରୋହିତ ବର୍ମା, କଳାହାଣ୍ଡି ଦକ୍ଷିଣ ବନଖଣ୍ଡ ଅଧିକାରୀ କାଳିଆଭରଣ, କଳାହାଣ୍ଡି ବିଶ୍ୱବିଦ୍ୟାଳୟ କୁଳପତି ସଞ୍ଜୟ ଶତପଥି, କଳାହାଣ୍ଡି ଜିଲ୍ଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂହଦେଓ , ଭବାନୀପାଟଣା ମୁନିସିପ୍ଯାଲିଟି ଅଧ୍ୟକ୍ଷା ସଂଯୁକ୍ତା ବେହେରା, ଭାରତୀୟ ଷ୍ଟେଟ ବ୍ୟାଙ୍କ ମ୍ୟାନେଜର ସୁରେନ୍ଦ୍ର ଜାଲ, ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ମନୋଜ ବେହେରା ପ୍ରମୁଖ ଯୋଗ ଦେଇଥିଲେ। ସଭା ଶେଷରେ ଟାଉନ ଥାନା ଅଧିକାରୀ ଯଶୋବନ୍ତ ହିଆଲ ଧନ୍ୟବାଦ ଅର୍ପଣ କରିଥିଲେ । ଏହାପରେ ଏସପି ଓ ଅନ୍ୟ ଅତିଥିବୃନ୍ଦ ପତାକା ଦେଖାଇ ସାଇବର ସୁରକ୍ଷା ରଥର ଶୁଭାରମ୍ଭ କରିଥିଲେ ।