ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଓ ଏହାର ଆଖପାଖ ଅଞ୍ଚଳରେ ଜାତିର ଜନକ ମହାତ୍ମାଗାନ୍ଧୀଙ୍କ ୧୫୪ତମ ଜୟନ୍ତୀ ଏବଂ ସ୍ୱର୍ଗୀୟ ପ୍ରଧାନମନ୍ତ୍ରୀ ଲାଲ୍ ବାହାଦୂର ଶାସ୍ତ୍ରୀଙ୍କ ୧୧୯ତମ ଜୟନ୍ତୀ ଉତ୍ସବ ମହାସମାରୋହରେ ପାଳନ କରାଯାଇଛି l ଏହି ଅବସରରେ ସମସ୍ତ ବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀ ଓ ଶିକ୍ଷକ, ଶିକ୍ଷୟିତ୍ରୀ ଉଭୟ ଗାନ୍ଧୀ ଓ ଶାସ୍ତ୍ରୀଙ୍କ ଫୋଟ ଚିତ୍ରରେ ଦୀପ ପ୍ରଜ୍ଜଳନ କରି ପୁଷ୍ପ ମାଲ୍ୟାର୍ପଣ ଦେଇ ପୂଜନ କରିବା ପରେ ଚରିତ୍ର ଗଠନ, ଅସ୍ପୃଶ୍ୟତା ନିବାରଣ, ସମୟାନୁବର୍ତ୍ତୀ ତଥା ସ୍ଵଚ୍ଛତା ପାଳନ କରିବାକୁ ବିଦ୍ୟାଳୟ ର ଶିକ୍ଷକ ଶିକ୍ଷୟତ୍ରୀ ମାନେ ଉପସ୍ଥିତ ଛାତ୍ରଛାତ୍ରୀ ମାନଙ୍କୁ ପରାମର୍ଶ ଦେଇଥିଲେ l ପରେ ପରେ ବାଲିଗୁଡା ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ବିଭାଗ ତରଫରୁ ବାଲିଗୁଡା ଉପଖଣ୍ଡ ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ ହୋଇଯାଇଛି l ଏହି ଅବସରରେ ସ୍ଥାନୀୟ ତହସିଲଦାର ବିଜୟ କୁମାର ସେଠୀ ଓ ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ପ୍ରହ୍ଲାଦ ଖୋସ୍ଲା ଅତିଥି ଭାବେ ଯୋଗ ଦେଇ ପୂର୍ତ୍ତ ବିଭାଗ କାର୍ଯ୍ୟାଳୟ ଛକ ନିକଟରେ ଥିବା ଗାନ୍ଧୀ ପ୍ରତିମୂର୍ତ୍ତି ଓ ଶାସ୍ତ୍ରୀ ଙ୍କ ଫୋଟୋ ଚିତ୍ରରେ ଦୀପ ପ୍ରଜ୍ଜଳନ କରି ପୁଷ୍ପ ମାଲ୍ୟାର୍ପଣ କରିବା ପରେ ଉପସ୍ଥିତ ବିଦ୍ୟାଳୟର ଛାତ୍ର ଛାତ୍ରୀ ଶିକ୍ଷକ ଶିକ୍ଷୟତ୍ରୀ ତଥା ବହୁ ବରିଷ୍ଠ ନାଗରିକ ମାନେ ପୁଷ୍ପ ମାଲ୍ୟାର୍ପଣ କରି ସମ୍ମାନ ଜଣାଇବା ସହ ଉଦବୋଧନ ଦେଇଥିଲେ l
ବାଲିଗୁଡାରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ
