Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଜାତୀୟ ସେବା ଯୋଜନା ଆନୁକୂଲ୍ୟରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ

ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ଆଦିବାସୀ ମହାବିଦ୍ୟାଳୟ ପରିସରରେ ଥିବା ଜାତୀୟ ସେବା ଯୋଜନା ଆନୁକୂଲ୍ୟରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ ହୋଇଯାଇଛି। ଉକ୍ତ ସଭାରେ ଅଧ୍ୟକ୍ଷ କାର୍ତ୍ତିକ ଚନ୍ଦ୍ର ସି ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ମୁଖ୍ୟବକ୍ତା ଭାବେ ଯୁବ ରେଡକ୍ରସ୍ କନ୍ଧମାଳ ଜିଲ୍ଲା ସଂଯୋଜକ ଡ଼.ବିଭୂତି ଭୂଷଣ ଆଚାର୍ଯ୍ୟ ,ସମ୍ମାନିତ ଅତିଥି ଭାବେ ଅନ୍ତରୀଣ ଗୁଣବତ୍ତା କକ୍ଷ ସଂଯୋଜକ ସରୋଜ କୁମାର ପାଠୀ, ରସାୟନ ବିଜ୍ଞାନ ପ୍ରାଧ୍ୟାପକ ଲଲାଟେନ୍ଦୁ ଦଳପତି ପ୍ରମୁଖ ଉପସ୍ଥିତ ରହି ଉଦବୋଧନ ଦେଇଥିଲେ । କାର୍ଯ୍ୟକ୍ରମ ଅଧିକାରୀ ଦୁଷ୍ମନ୍ତ କୁମାର ଶବର ଦିବସ ପାଳନ ଅବସରରେ ସୂଚନା ଦେଇଥିବା ବେଳେ ଅଧ୍ୟାପିକା ଅରୁନ୍ଧତୀ ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ। ଅଧ୍ୟାପକ ସଲାରାମ ମାରାଣ୍ଡି , ଯୁବ ରେଡକ୍ରସ୍ ସଂଯୋଜକ ଦଣ୍ଡପାଣି ଭୂୟାଁ , ଅଧ୍ୟାପକ କାହ୍ନୁ ଗମାଙ୍ଗ, ଏ.ଶେଷଗିରି ରାଓ ଆଚାରୀ, ଅଧ୍ୟାପକ ପ୍ରଦୀପ୍ତକୁମାର ନାୟକ, ଅଧ୍ୟାପକ ପ୍ରସନ୍ନ କୁମାର କହଁର, ଛାତ୍ରଛାତ୍ରୀ, ଯୋଜନାର ସ୍ଵେଚ୍ଛାସେବୀ ପ୍ରମୁଖ ଉପସ୍ଥିତ ରହି ଗାନ୍ଧୀ ଓ ଶାସ୍ତ୍ରୀଙ୍କ ଦିଗ ଦର୍ଶନ ସମ୍ପର୍କରେ ବକ୍ତବ୍ୟ ପ୍ରଦାନ କରିଥିଲେ।