Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର

ଦେବଗଡ଼ ଜିଲ୍ଲାପାଳ ସମିଳନୀ କକ୍ଷ ଠାରେ ରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟ ଯୋଗଦେଇ ଆସିଥିବା 12 ଟି ଅଭିଯୋଗ ଶୁଣାଣି କରି ଏହା ଉପରେ ଆବଶକ୍ୟ ପଦକ୍ଷେପ ପାଇଁ ସଂପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ତୁରନ୍ତ ସମାଧାନ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ଏହି ଅଭିଯୋଗ ଶୁଣାଣୀ ଶିବିରରେ 08 ଟି ବ୍ୟକ୍ତିଗତ ସମସ୍ୟା ଏବଂ 04 ଟି ସାମୁହିକ ସମସ୍ୟା ରହିଥିଲା। ଶିବିରରେ ଇଲେକ୍ଟ୍ରି ଟ୍ରାନସଫରମର ବସାଇବା, ଡ୍ରେନେଜ୍ ମରାମତି, ପ୍ରଧାନମନ୍ତ୍ରୀ ଆବାସ ,CSP ନିଯୁକ୍ତି, ଜନସାଧାରଣ ମାନେ ଜିଲ୍ଲାପାଳଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଅଭିଯୋଗ ଗୁଡ଼ିକ ଶୁଣିବା ପରେ ଏଗୁଡ଼ିକ ତୁରନ୍ତ ସମାଧାନ କରିବା ପାଇଁ ଜିଲ୍ଲାପାଳ ସଂପୃକ୍ତ ବିଭାଗ ର ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ ଏବଂ ଏହି ଶିବିରରେ, ଆରକ୍ଷୀ ଅଧିକ୍ଷକ ପ୍ରଦ୍ୟୁମ୍ନ ମିଶ୍ର, ବନଖଣ୍ଡ ଅଧିକାରୀ ମଗର ଧନଜୀ ରାଓସ, କର୍ଯ୍ୟ ନିବାହୀ ଅଧିକାରୀ ଜ଼ିଲ୍ଲା ପରିଷଦ ଧର୍ମାନନ୍ଦ ବେହେରା,ଉପ ଜିଲ୍ଲାପାଳ ପରୀକ୍ଷିତ ସାହୁ, ତହସିଲଦାର ଏଜଲିନ ବାରା,ଡେପୁଟି କଳଲେକଟର ଲୀଳାବତୀ ନାୟକ ଓ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ।