Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଭବାନୀପାଟଣା ଠାରେ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

ଭବାନୀପାଟଣା, ୦୩/୧୦ (ଜଗନ୍ନାଥ ନାଏକ) : ଆଜି ଜିଲ୍ଲାପାଳଙ୍କ ସମ୍ମିଳନୀ ଗୃହରେ କଳାହାଣ୍ଡି ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀ ଙ୍କ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ତନ୍ମୟ କୁମାର ଦରୱାନ, ଏସ ଡି ପି ଓ, ଭବାନୀପାଟଣା ଶ୍ରୀ ସୁନା ରାମ ହେମ୍ବ୍ରମ , ସି ଡି ଓ, ଜିଲ୍ଲାପରିଷଦ ଶ୍ରୀ ସଚିନ ପାୱାର ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।
ଏହି ଜନ ଶୁଣାଣି ଶିବିରରେ ମୋଟ ୭୭ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୬୫ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୨ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୦୬ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା। ଥୁଆମୂଲ୍ ରାମପୁର ବ୍ଲକ୍ ର କଠାକୁରା ଗ୍ରାମର ଦ୍ରୌପଦୀ ନାଏକ ଙ୍କୁ ମୂଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ଘର ସହାୟତା ବାବଦକୁ ୫୦୦୦ ଟଙ୍କା ମଞ୍ଜୁର କରାଯାଇଥିଲା।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ