Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

୪୨୯ ରାସ୍ତା ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ, ୩୯ କୋଟି ୨୫ ଲକ୍ଷ ଟଙ୍କା ବ୍ୟୟବରାଦ

ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ୪୨୯ଟି ରାସ୍ତା ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି। ୩ଟି ବ୍ଲକର ଆବାସିକ କଲୋନୀ ପାଇଁ ରାସ୍ତା ପ୍ରକଳ୍ପକୁ ଅନୁମୋଦନ ମିଳିବ। ଭୁବନେଶ୍ଵର, ବାଲିଅନ୍ତା ଓ ଜଟଣୀ ବ୍ଲକ ପାଇଁ ୩୯ କୋଟି ୨୫ ଲକ୍ଷ ଟଙ୍କା ଅନୁମୋଦନ ଦେଇଛନ୍ତି। ରାସ୍ତା ପ୍ରକଳ୍ପ କାମ ୩ ମାସରେ ସାରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ଗତ ଅଗଷ୍ଟ ମାସ ୨୩ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ୫ଞ ସଚିବ ଶ୍ରୀ ଭି.କେ. ପାଣ୍ଡିଆନଙ୍କ ଖୋର୍ଦ୍ଧା ଜିଲ୍ଲା ଗସ୍ତ ସମୟରେ ସମ୍ପୃକ୍ତ ଅଞ୍ଚଳବାସୀ ଭେଟି ଆବାସିକ କଲୋନୀଗୁଡିକର ରାସ୍ତା ଓ ବିଦ୍ୟୁତ ବ୍ୟବସ୍ଥା ପ୍ରତି ଦୃଷ୍ଟି ଆକର୍ଷଣ କରିବା ସହିତ ଏସବୁ ସମସ୍ୟାର ସମାଧାନ ପାଇଁ ସେମାନଙ୍କର ଅଭିଯୋଗ ପତ୍ର ପ୍ରଦାନ କରିଥିଲେ। ରିପୋର୍ଟ ପାଇବା ପରେ ୫ଞ ସଚିବ ସମ୍ପୃକ୍ତ ଆବାସିକ କଲୋନୀଗୁଡିକର ବାସିନ୍ଦାଙ୍କ ସହ ଗତ ସେପ୍ଟମ୍ବର ୨୭ ତାରିଖରେ ସେସବୁ ଅଞ୍ଚଳର ଉନ୍ନତିକରଣ ପାଇଁ ଆଲୋଚନା କରିଥିଲେ। ତଦନୁଯାୟୀ ମୁଖ୍ୟମନ୍ତ୍ରୀ ଏହି ୪୨୯ଟି ରାସ୍ତା ପ୍ରକଳ୍ପ ନିର୍ମାଣ ପାଇଁ ମଞ୍ଜୁରୀ ଦେଇଛନ୍ତି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ