Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ପାରଳାଖେମୁଣ୍ଡି ଠାରେ ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ।

ପାରଳାଖେମୁଣ୍ଡି:୪/୧୦(ଗରୁଡ଼ ଧ୍ୱଜ ଚୌଧୁରୀ)
ଗଜପତି ଜିଲ୍ଲା ସଦର ମହକୁମାପାରଳାଖେମୁଣ୍ଡି ଠାରେ ଜିଲ୍ଲାପାଳଙ୍କ କାର୍ଯ୍ୟଳୟ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନ, ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ଵାତୀ ଏସ. କୁମାର, ବନ ଖଣ୍ଡ ଅଧିକାରୀ ଶ୍ରୀଯୁକ୍ତ ଏସ୍.ଆନନ୍ଦ,ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ବୀରେନ୍ଦ୍ର କୁମାର ଦାସ ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ପାରଳାଖେମୁଣ୍ଡି ପୌର ପରିଷଦର ସମେତ କେରାଣ୍ଡି, କତଲ କଇଠା, ବାଘଶାଳା, ରାଣୀପେଣ୍ଠ ଓ ସିଧାମଡ଼ଙ୍ଗ ପଞ୍ଚାୟତର ସମୁଦାୟ ମୋଟ- ୪୯ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୪୨ ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା- ୭ ଗୋଟି ଓ ୬ ଗୋଟି ଅଭିଯୋଗକୁ ତୁରନ୍ତ ଫୈସଲା କରାଯାଇ ସମାଧାନ କରାଯାଇଛି ଏବଂ ମୁଖ୍ୟ ମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ତିନି ଜଣଙ୍କୁ ୪୦ ହଜାର ଟଙ୍କା ଆର୍ଥିକ ସହାୟତା ପ୍ରଦାନ ପ୍ରଦାନ କରାଯାଇଥିବା ବେଳେ ରେଡ୍ କ୍ରୋସ ପାଣ୍ଠିରୁ ଜଣକୁ ୧୦ ହଜାର ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରାଯାଇଛି । ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା,ଜମି ପଟ୍ଟା, ମୋ ଘରଯୋଜନା,ମନରେଗା
,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା । ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ସ୍ଥାନୀୟ ତହସିଲଦାର ଶ୍ରୀ ନାରାୟଣ ବେହେରା ଓ ଜନ ଅଭିଯୋଗ ଶୁଣାଣି ନୋଡାଲ ଅଧିକାରୀ ନର୍ମଦା ନାୟକ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଏହି ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ