Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଆସନ୍ତା ୨୪ ଘଣ୍ଟା ପାଇଁ ୧୨ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି; ବଜ୍ରପାତ ସହ କୁଆପଥର ବର୍ଷା ସମ୍ଭାବନା

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ବଜ୍ରପାତ ସହ କୁଆପଥର ବର୍ଷା ଓ ପବନ ସମ୍ଭାବନା ରହିଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ସମ୍ଭାବନା ମଧ୍ୟ ରହିିଥିବା ନେଇ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି।

ସେହିସବୁ ଜିଲ୍ଲାଗୁଡିକ ହେଉଛି ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ, କଟକ କେନ୍ଦ୍ରପଡ଼ା, ଯାଜପୁର, ଅନୁଗୁଳ, ନୟାଗଡ଼, ଦେଓଗଡ଼, ଢେଙ୍କାନାଳ, ସମ୍ବଲପୁର, କେଉଁଝର।

ସେହିପରି ଉପକୂଳ ଓଡ଼ିଶାର ୧୩ଟି ଜିଲ୍ଲା ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, ଗଂଜାମ, କନ୍ଧମାଳ, ବୌଦ୍ଧ, ସୋନପୁର, ବଲାଙ୍ଗୀର, ବରଗଡ, କଳାହାଣ୍ଡି, ନୂଆପଡ଼ା, ଝାରସୁଗୁଡା, ସୁନ୍ଦରଗଡରେ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଆସନ୍ତା କାଲିଠୁ ବର୍ଷାର ପରିମାଣ କମିବା ସହ ଦିନ ତାପମାତ୍ରା ୨ରୁ ୩ ଡିଗ୍ରୀ ବୃଦ୍ଧି ପାଇବା ସମ୍ଭାବନା ରହିଥିବା କହିଛି ବିଭାଗ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ