Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ରାଜ୍ୟସ୍ତରୀୟ ଚିତ୍ରାଙ୍କନ ପ୍ରତିଯୋଗିତାରେ ୨ୟ ସ୍ଥାନ ଅଧିକାର କଲେ ବିଦ୍ୟାସ୍ମିତା

କଳାହାଣ୍ଡି,୦୭/୧୦-୬୯ ତମ ବନ୍ୟପ୍ରାଣୀ ସପ୍ତାହ ପାଳନ ଅବସରରେ ଭୁବନେଶ୍ୱରସ୍ଥିତ ଜୟଦେବ ଭବନଠାରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ଚିତ୍ରାଙ୍କନ ପ୍ରତିଯୋଗିତାରେ ଭାଗନେଇ ଦ୍ବିତୀୟ ସ୍ଥାନ ଅଧିକାର କରିଛନ୍ତି କଳାହାଣ୍ଡି ଜିଲ୍ଲା ମ.ରାମପୁର ଓଡିଶା ଆଦର୍ଶ ବିଦ୍ୟାଳୟର ଷଷ୍ଠ ଶ୍ରେଣୀର ଛାତ୍ରୀ ବିଦ୍ୟାସ୍ମିତା ସାହୁ ! କନିଷ୍ଠ ବିଭାଗରେ ବନାଗ୍ନି ଓ ବନ୍ୟପ୍ରାଣୀ ଉପରେ ଚିତ୍ରାଙ୍କନ କରି ସେ ରାଜ୍ୟରେ ଦ୍ୱିତୀୟ ସ୍ଥାନ ଅଧିକାର କରିଛନ୍ତି ! ଏଇ ଅବସରରେ ରାଜ୍ଯ ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗର ମନ୍ତ୍ରୀ ପ୍ରଦୀପ କୁମାର ଅମାତ, ପିସିସିଏଫ୍ ଦେବୀଦତ୍ତ ବିଶ୍ୱାଳ ଓ ରାଜ୍ୟସ୍ତରୀୟ ଅଧିକାରୀଙ୍କଠାରୁ ସେ ପୁରସ୍କୃତ ହୋଇ କଳାହାଣ୍ଡି ପାଇଁ ଗୌରବ ଆଣିଛନ୍ତି ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ