ରାଜ୍ୟରେ ନିଯୁକ୍ତି ହେବେ ୫୩ ହଜାର ଶିକ୍ଷକ; ଗଣଶିକ୍ଷା ମନ୍ତ୍ରୀ


ଭୁବନେଶ୍ୱର: ରାଜ୍ୟରେ ନିଯୁକ୍ତି ହେବେ ୫୩ ହଜାର ନୂଆ ଶିକ୍ଷକ। ଏନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ପ୍ରଥମ ପର୍ଯ୍ୟାୟରେ ୧୦୭୫, ଦ୍ଵିତୀୟ ପର୍ଯ୍ୟାୟରେ ୩୪୬୧ ଓ ତୃତୀୟ ପର୍ଯ୍ୟାୟରେ ୨୩୩୬ ଉଚ୍ଚ ବିଦ୍ୟାଳୟ ରୂପାନ୍ତର ହୋଇଛି । ଛାତ୍ରଛାତ୍ରୀଙ୍କ ସଂଖ୍ୟା ବଢ଼ୁଥିବାରୁ ଶ୍ରେଣୀ ଗୃହ ସଂଖ୍ୟା ବୃଦ୍ଧି କରାଯାଉଛି । ମୋ ସ୍କୁଲ ଜରିଆରେ ୯୬୩, ସ୍କୁଲ ରୂପାନ୍ତର ଜରିଆରେ ୨୮୧୦ ଓ ସମଗ୍ର ଶିକ୍ଷା ଅଭିଯାନରେ ୨୦୦ ଶ୍ରେଣୀ ଗୃହ ବଢ଼ାଯାଇଛି ବୋଲି କହିଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ।

ରାଜ୍ୟରେ ୧୧ ହଜାର ଶିକ୍ଷକ ନିଯୁକ୍ତି ସରିଥିବାବେଳେ ୭ ହଜାର ଶିକ୍ଷକ ନିଯୁକ୍ତି ପାଇଁ ମାର୍ଚ୍ଚ ୧୦ରେ ପରୀକ୍ଷା ସରିଛି । ୬ ହଜାର ଶିକ୍ଷକ ନିଯୁକ୍ତି ପାଇଁ ପ୍ରକ୍ରିୟା ଆରମ୍ଭ ହୋସାରିଛି। ରାଜ୍ୟରେ ମୋଟ ୫୩ ହଜାର ଶିକ୍ଷକ ନିଯୁକ୍ତି ପାଇବେ ବୋଲି କହିଛନ୍ତି ମନ୍ତ୍ରୀ । ଏହାଭିତରୁ ୨୦୨୬ ଜଣଙ୍କ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ ହୋଇଛି ବୋଲି କହିଛନ୍ତି ଗଣଶିକ୍ଷା ମନ୍ତ୍ରୀ।