ରାତ୍ର ଜଗୁଆଳି ଚୟନରେ ଚଞ୍ଚକତା ଅଭିଯୋଗବ୍ଲକ ଅଫିସ ଘେରିଲେ ଏସଏଚଜି ମହିଳା;ବିଡ଼ିଓଙ୍କୁ ୭ ଦିନ ମହଲତ, ନଚେତ ଆନ୍ଦୋଳନ


ଜମନକିରା : ଜମନକିରା ବ୍ଲକ୍ ଭାତପୁରା ସ୍ଥିତ ୫ଟି ଅନ୍ତର୍ଗତ ପଂଚାୟତ ହାଇସ୍କୁଲରେ ଡିମିରିମୁଣ୍ଡା ଗାଁର ମା” ଦୁର୍ଗା ଏସଏଚଜିକୁ ଚଞ୍ଚକତା ଭାବେ ରାତ୍ର ଜଗୁଆଳି ଓ ସଫେଇ କାର୍ଯ୍ଯ ପରିଚାଳନା କରିବାକୁ ଦାୟିତ୍ଵ ଦିଆଯାଇଛି। ନିର୍ଦ୍ଧିଷ୍ଟ ଏସଏଚଜି ଗ୍ରୁପକୁ ବାଦ ଦେଲେ ପଂଚାୟତର କୌଣସି ଏସଏଚଜି, ମିଶନ ଶକ୍ତିର ଏମବିକେ, ଅଙ୍ଗନୱାଡ଼ି କର୍ମୀ, ଜନ ସାଧାରଣ କିମ୍ବା ପଂଚାୟତ ଅଫିସ ଠାରେ ରାତ୍ର ଜଗୁଆଳି ନିଯୁକ୍ତି ପାଇଁ ପ୍ରଚାର ପ୍ରସାର ନିମନ୍ତେ ବିଜ୍ଞପ୍ତି ପ୍ରକାଶ ପାଇନାହିଁ। ପଂଚାୟତର କୌଣସି ଗାଁରେ ବିଜ୍ଞାପନ ଦିଆଯାଇ ନାହିଁ। ଶିକ୍ଷା ବିଭାଗ ବିଜ୍ଞାପନ ଚିଠି ନଂ-୮୭୨/ତା.୫/୧୦/୨୦୨୩ ଅନୁଯାୟୀ, ରାତ୍ର ଜଗୁଆଳି ଓ ସଫେଇ କାର୍ଯ୍ୟ ନିଯୁକ୍ତି ଜଣା ପଡ଼ିବାରୁ ଏସଏଚଜି ମହିଳା ସଂଘ ସମୂହ ମଧ୍ୟରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଥିଲା। ଏନେଇ ପଂଚାୟତ ଅଂଚଳର ଏସଏଚଜି ସମୂହ ବୈଠକ ଡ଼ାକି ଆଲୋଚନା କରିଥିଲେ। ବର୍ତ୍ତମାନ ସରପଂଚ ପରିବାରର ସଭ୍ୟା ଥିବା ମା” ଦୁର୍ଗା ଏସଏଚଜି କୁ ଚଞ୍ଚକତା ପୂର୍ବକ ବିଭିନ୍ନ ଅଫିସର ଙ୍କୁ ହାତ କରି ଦାୟିତ୍ଵ ଦିଆଯାଇଛି। ତେଣୁ ଏଭଳି ନିଯୁକ୍ତି ପ୍ରକ୍ରିୟାକୁ ରଦ୍ଦ କରି ସ୍ଵଚ୍ଛତା ପୂର୍ବକ ସମସ୍ତ ଏସଏଚଜି ଗ୍ରୁପ ଉପସ୍ଥିତିରେ ନିୟମାନୁଯାୟୀ ପୁନଃ ରାତ୍ର ଜଗୁଆଳି ନିଯୁକ୍ତି କରିବାକୁ ଦାବି କରାଯାଇଛି। ଏ ସଂପର୍କରେ ବିଡ଼ିଓ ବିଚାର କରିବାକୁ ଏସଏଚଜି ଗ୍ରୁପ ସମୂହ ସଂଘର ସଦସ୍ୟା ମାନେ ଆଜି ଦାବି ଜଣାଇଛନ୍ତି। ଆସନ୍ତା ୭ ଦିନ ମଧ୍ୟରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ ନକଲେ ଏସଏଚଜି ସମୂହ ସଂଘର ସଦସ୍ୟା, ଜନ ସାଧାରଣ ଆନ୍ଦୋଳନାତ୍ମକ ପନ୍ଥା ଗ୍ରହଣ କରିବାକୁ ବାଧ୍ୟ ହେବେ ବୋଲି ଚେତାବନୀ ଦେଇଛନ୍ତି।
ଏସଂପର୍କରେ ବିଡ଼ିଓ ପ୍ରସନ୍ନ କୁମାର ପଟେଲଙ୍କୁ ପଚାରିବାରୁ ଏମବିକେ ଗ୍ରୁପରେ ଚିଠି ପ୍ରେରଣ କରାଯାଇଥିଲା। ଏମବିକେ ଚିଠି ପାଇବା ପରେ ଫଟୋ ଥାଇ ଗ୍ରୁପରେ ପୋଷ୍ଟ କରିଥିଲେ। କିନ୍ତୁ ନିଯୁକ୍ତି ପ୍ରକ୍ରିୟାରେ ସ୍ବଚ୍ଛତା କଣ ରହିଛି ତାହା ତଦନ୍ତ କଲେ ଯାଇ ଜଣାପଡ଼ିବ ବୋଲି କହିଥିଲେ।

ପାରଳାଖେମୁଣ୍ଡି ସ୍ଥିତ ଗଜପତି ଷ୍ଟାଡିୟମ ଠାରେ ଓଜିଲ୍ଲାସ୍ତରୀୟ ବିକାଶ ମେଳା ଶୁଭ ଉଦ୍‌ଘାଟିତ ପାରଳାଖେମୁଣ୍ଡି:୨୧/୯(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲା ସଦରମହକୁମା ପାରଳାଖେମୁଣ୍ଡି ସ୍ଥିତ ଗଜପତି ଷ୍ଟାଡିୟମ୍ ଠାରେ ଜିଲ୍ଲାସ୍ତରୀୟ ବିକାଶ ମେଳା ଶୁଭ ଉଦ୍‌ଘାଟିତ ହୋଇଯାଇଅଛି । ରାଜ୍ୟ ସରକାରଙ୍କ ବିକାଶ ମୂଳକ ବିଭିନ୍ନ ଜନ କଲ୍ୟାଣକାରୀ ଯୋଜନା ଗୁଡ଼ିକର ସୂଚନା-ଶିକ୍ଷା-ସଞ୍ଚାର କାର୍ଯ୍ୟକ୍ରମ ମାଧ୍ୟମରେ ଜନ ସାଧାରଣଙ୍କୁ ସଚେତନତା ସୃଷ୍ଟି ପାଇଁ ବିକାଶ ମେଳା ଆଜି ଠାରୁ ୨୩-ସେପ୍ଟେମ୍ବର, ୨୦୨୪ ପର୍ଯ୍ୟନ୍ତ ତିନି ଦିନ ବ୍ୟାପୀ ଏହି କାର୍ଯ୍ୟକ୍ରମ ଚାଲୁରହିବ । ଆଜିର ଏହି ମେଳାରେ ମୁଖ୍ୟଅତିଥି ଭାବେ ଶ୍ରୀଯୁକ୍ତ ବିଭୁତି ଭୂଷଣ ଜେନା, ମାନ୍ୟବର ମନ୍ତ୍ରୀ ବାଣିଜ୍ୟ ଓ ପରିବହନ ଏବଂ ଇସ୍ପାତ ଓ ଖଣି, ଓଡ଼ିଶାଯୋଗଦେଇ ବିକଶିତ ଓଡିଶା ପ୍ରଗତିର ନୂତନ ସୂର୍ଯ୍ୟୋଦୟ କାର୍ଯ୍ୟକ୍ରମକୁ ଶୁଭ ଉଦ୍‌ଘାଟନ କରିଛନ୍ତି । ଏହି ମେଳାରେ ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସମ୍ମାନୀତ ଅତିଥି ଭାବେ ଶ୍ରୀକେ.ନାରାୟଣ ରାଓ, ପୂର୍ବତନ ବିଧାୟକ ପାରଳାଖେମୁଣ୍ଡି, ଶ୍ରୀମତୀ ମାଳତୀ ପ୍ରଧାନ, ଅଧ୍ୟକ୍ଷା ପଞ୍ଚାୟତ ସମିତି ନୂଆଗଡ଼ ଓ ଡ.ଗୁଣନିଧି ନାୟକ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ଗଜପତି ପ୍ରମୁଖ ମଞ୍ଚାସିନ ଥିଲେ । ଏହି ଉଦଘାଟନୀ ଉତ୍ସବରେ ମାନ୍ୟବର ମନ୍ତ୍ରୀ ଶ୍ରୀଯୁକ୍ତ ଜେନା ପ୍ରଦୀପ ପ୍ରଜ୍ଜ୍ଵଳନ ପୂର୍ବକ କାର୍ଯ୍ୟକ୍ରମ ଶୁଭାରମ୍ଭ କରି ନିଜ ବକ୍ତବ୍ୟରେ କହିଥିଲେ ଯେ ରାଜ୍ୟରେ ୧୦୦ଦିନ ପୂରଣ କରିଥିବା ସରକାରଙ୍କ ସଫଳ କାହାଣି ବର୍ଣ୍ଣନା କରିବା ସହ ଉଭୟ ରାଜ୍ୟ ଏବଂ କେନ୍ଦ୍ର ସରକାର ମିଳିତ ଭାବେ ଓଡିଶାର ସାମଗ୍ରୀକ ବିକାଶ ଓ ସମୃଦ୍ଧି ଦିଗରେ ଅଗ୍ରସର ହେଉଛି । ଏହି ଅବସରରେ ଅଳ୍ପଦିନ ମଧ୍ୟରେ ମୋହନ ସରକାର ମହିଳାମାନଙ୍କ ନିମନ୍ତେ ସୁଭଦ୍ରା ଯୋଜନା ଠାରୁ ଆରମ୍ଭ କରି କୃଷକ ଓ ମହିଳା ସଶକ୍ତିକରଣ ଓ ସମସ୍ତ ବର୍ଗର ଜନସାଧାରଣଙ୍କ ନିମନ୍ତେ ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରୁଥିବା ଦର୍ଶାଇବା ସହ ଏହି ସରକାର ସାଧାରଣ ଲୋକଙ୍କ ସରକାର ବୋଲି ପ୍ରକାଶ କରିଥିଲେ । ସେହିପରି ଜନସାଧାରଣଙ୍କ ଦକ୍ଷତାର ସଦ୍ ଉପଯୋଗ କରିବା ସହ ପ୍ରତ୍ୟେକଙ୍କ ଆର୍ଥିକ ସ୍ଥିତିକୁ ସୁଦୃଢ କରିବା ସରକାରଙ୍କ ମୁଖ୍ୟ ଲକ୍ଷ୍ୟ ବୋଲି ପ୍ରକାଶ କରିଥିଲେ । ଜିଲ୍ଲାପାଳଙ୍କ ସ୍ୱାଗତ ଅଭିଭାଷଣରେ ସମସ୍ତ ଜନସାଧାରଣଙ୍କୁ କହିଥିଲେ କଠିନ ପରିଶ୍ରମକଲେ ଜିଲ୍ଲା, ରାଜ୍ୟ ଓ ଦେଶ ବିକଶିତ ହୋଇପାରିବ ।ଏହି ଅବସରରେ ସୁଭଦ୍ରା ଯୋଜନାର ପାଞ୍ଚ ଜଣ ହିତାଧିକାରୀଙ୍କୁ ୫,୦୦୦/- ଲେଖାଏଁ ଚେକ୍ ପ୍ରଦାନ କରାଯାଇଥିବା ବେଲେ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ତରଫରୁ ୬ ଜଣଙ୍କୁ ୫୦,୦୦୦/- ଲେଖାଏଁ, ଜିଲ୍ଲା ସାମାଜିକ ସୁରକ୍ଷା ବିଭାଗ ତରଫରୁ ଦୁଇଗୋଟି ଦମ୍ପତୀଙ୍କୁ ଭିନ୍ନକ୍ଷମଙ୍କ ନିମନ୍ତେ ବିବାହ ପ୍ରୋତ୍ସାହନ ରାଶି ପ୍ରତେକ୍ୟଙ୍କୁ ୨ ଲକ୍ଷ ୫୦ ହଜାର ଲେଖାଏଁ ମାନ୍ୟବର ମନ୍ତ୍ରୀ ପ୍ରଦାନ କରିଥିଲେ ।ଏହି ମେଳାରେ ମୋଟ ୩୦ଟି ଷ୍ଟୋଲ ସ୍ଥାନ ପାଇଥିବା ବେଳେ ଏଗୁଡିକରେ ହସ୍ତଶିଳ୍ପ କାରିଗର, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗୀ ଓ ମହିଳା ସଂୟ ସହାୟକ ଗୋଷ୍ଠୀମାନଙ୍କ ଦ୍ୱାରା ଉତ୍ପାଦିତ ବିଭିନ୍ନ ସାମଗ୍ରୀର ପ୍ରଦର୍ଶନୀ ସହ ବିକ୍ରୟ ଶୁଭାରମ୍ଭ ହୋଇଛି । ସେହିପରି ଓରମାସ୍, ପଞ୍ଚାୟତରାଜ ବିଭାଗ, ମିଶନ ଶକ୍ତି, ଶିକ୍ଷା ବିଭାଗ, ପର୍ଯ୍ୟଟନ ବିଭାଗ, ସାମାଜିକ ସୁରକ୍ଷା ବିଭାଗ, କୃଷି ବିଭାଗ, ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା, ଉଦ୍ୟାନ ବିଭାଗ, ଶ୍ରମ ବିଭାଗ, ଜିଲ୍ଲା ଶିଳ୍ପକେନ୍ଦ୍ର, ମତ୍ସ୍ୟ ଓ ପଶୁପାଳନ ବିଭାଗ ପକ୍ଷରୁ ପ୍ରଦର୍ଶନୀ ତଥା ସଚେତନତା ଷ୍ଟୋଲ ଖୋଲାଯାଇଛି।ଶେଷରେ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଡ. ଗୁଣନିଧି ନାୟକ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ । ଏହାପରେ ଜିଲ୍ଲାର ସ୍ଥାନୀୟ କଳାକାରମାନଙ୍କୁ ନେଇ ରଙ୍ଗାରଙ୍ଗ ନୃତ୍ୟ ଓ ସଙ୍ଗୀତ ପରିବେଷଣ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଶ୍ରୀ ପୃଥ୍ୱୀରାଜ ମଣ୍ଡଳ, ଅତିରିକ୍ତ ନିର୍ବାହୀ ଅଧିକାରୀ ଜିଲା ପରିଷଦ, ଶ୍ରୀ ଅନୁପ ପଣ୍ଡା ଉପ ଜିଲ୍ଲାପାଳ- ପାରଳାଖେମୁଣ୍ଡି, ଶ୍ରୀ ଦିଲ୍ଲୀପ କୁମାର ବେହେରା ପ୍ରକଳ୍ପ ପ୍ରଶାସକ, ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି, ଶ୍ରୀମତୀ ମୋନରମା ଦେବି, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ସମେତ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ଓ ସଂପୃକ୍ତ କର୍ମଚାରୀ ପ୍ରମୁଖ ଉପସ୍ଥିତ ଥିଲେ ।