Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

କର୍ଲାମୁଣ୍ଡା ଠାରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

ଭବାନୀପାଟଣା, ୧୦/୧୦ (ଜଗନ୍ନାଥ ନାଏକ) : କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ କଳାହାଣ୍ଡି ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀ ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ଅଭିଳାଷ ଜି ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଉପ ଜିଲ୍ଲାପାଳ, ଭବାନୀପାଟଣା ଡ ବିଶ୍ୱଜିତ୍ ଦାସ,ବ୍ଲକ୍ ଅଧ୍ୟକ୍ଷା ଶ୍ରୀମତି କୁନି ସାହୁ, ବି ଡି ଓ ସୁଚରିତା ମୁଗ୍ରି,ତହସିଲଦାର ମିଳନ କୁମାର ଝାଙ୍କର ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।
ଏହି ଜନ ଶୁଣାଣି ଶିବିରରେ ମୋଟ ୧୪୧ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୧୧୪ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୨୭ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୨୬ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା।