କ୍ଲଷ୍ଟର ସ୍ତରୀୟ ଶିଶୁ ସୁରଭି କାର୍ଯ୍ୟକ୍ରମ


ଜମନକିରା : ଜମନକିରା ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଶିଶୁ ସୁରଭି ଏବଂ ଓଡ଼ିଶା ମିଲେଟ ୨୦୨୩ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ୧୦ ଟି ସ୍କୁଲର ୧୦୫ ଜଣ ଛାତ୍ରୀ ଛାତ୍ର ସାମିଲ ହୋଇଥିଲେ। ମୁଖ୍ୟଅତିଥି ଭାବେ ଗୋଷ୍ଠୀ ଅତିରିକ୍ତ ଶିକ୍ଷା ଅଧିକାରୀ ଦେବକୀ ନାଏକ ଯୋଗ ଦେଇ ଶିଶୁ ସୁରଭି କାର୍ଯ୍ୟକ୍ରମର ଲକ୍ଷ୍ୟ ଏବଂ ଉଦ୍ଦେଶ୍ୟ ଉପରେ ବକ୍ତବ୍ୟ ପ୍ରଦାନ କରିଥିଲେ। ସେହିପରି ସମ୍ମାନୀୟ ଅତିଥି ଭାବେ ଜିଲ୍ଲା ପରିଷଦ ଜୋନ୧ ସଭ୍ୟା ସୁଜାତା ଖୁଣ୍ଟିଆ ଯୋଗଦେଇ ଶିଶୁ ମାନଙ୍କ ମଙ୍ଗଳ କାମନା କରିଥିଲେ। ଏଥିରେ ୧୦ ଟି ସ୍କୁଲର ଛାତ୍ରୀ ଛାତ୍ର, ଶିକ୍ଷକ ଓ ଶିକ୍ଷୟିତ୍ରୀ ଉପସ୍ଥିତ ରହି ଶିଶୁ ମାନଙ୍କୁ ଉସ୍ୟାହିତ କରିଥିଲେ। ଶେଷରେ ସିଆରସି ଆନନ୍ଦ ଚନ୍ଦ୍ର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ।

ଗଜପତି ଜିଲ୍ଲାରୁ ହରିୟାଣାକୁ ଗଞ୍ଜେଇ ନେଇ ବିକ୍ରି କରିଥିବା ଅଭିଯୋଗରେ ଅଭିଯୁକ୍ତକୁ ଉଠାଇ ନେଲା ହରିୟାଣା ପୁଲିସ ପାରଳାଖେମୁଣ୍ଡି:୨୮/୭(ଗରୁଡ ଧ୍ଵଜ ଚୌଧୁରୀ) ଗଜପତି ଜିଲ୍ଲା ମୋହନା ଥାନା ପୁଇପଡ ଗାଁରୁ ଜଣେ ଗଞ୍ଜେଇ ଅଭିଯୁକ୍ତକୁ ହରିୟାଣା ପୁଲିସ ଗିରଫ କରିନେଇଛି । ଗଞ୍ଜେଇ ଅଭିଯୁକ୍ତ ଜଣକ ସେହି ଗାଁର ସୁବିତ୍ କୁମାର ନାୟକ(୪୨) । ଗିରଫ ପରେ ମୋହ‌ନା କୋର୍ଟରେ ହାଜର କରି ପୋଲିସ ହରିଆଣା ନେଇଯାଇଛି । ଗତ ୨୩ ତାରିଖ ଦିନ ହରିଆଣାର ଜିନ ଗାଁରୁ ୨୪ କିଲୋ ଗଞ୍ଜେଇ ଜବତ ସହ ହରିୟାଣାର ବର୍ଥା ଗାଁର ରିତିକ କୁମାର (୨୩)କୁ ପୋଲିସ ଗିରଫ କରିଥିଲା । ଉକ୍ତ ଗଞ୍ଜେଇର ମୂଲ୍ୟ ତିନି ଲକ୍ଷ ଟଙ୍କା । ତଦନ୍ତ ପରେ ଗିରଫ ରିତିକର ସୂଚନା ଆଧାରରେ ହରିୟାଣା ପୁଲିସର ୪ ଜଣିଆ ଟିମ ମୋହନାରେ ପହଞ୍ଚୁଥୁଲେ । ମୋହନା ଥାନା ପୁଲିସ ସହାୟତାରେ ପୁଇପଡ ଗାଁରେ ପହଞ୍ଚୁ ସୁବିତ୍‌କୁ ଗିରଫ ହରିଆଣା ପୁଲିସ କରିଛି । ସୁବିତ୍ ଗଞ୍ଜେଇ ନେଇ ଛତ୍ରପୁର ରେଳ ଷ୍ଟେସନକୁ ଯାଇଥିଲା । ସେଠାରୁ ରିତିକ ଗଞ୍ଜେଇ ନେଇ ହରିଆଣା ଯାଇଥିଲା ବୋଲି ହରିୟାଣା ପୁଲିସ ଏସଆଇ ବିନୋଦ କୁମାର କହିଛନ୍ତି । ଏହି ଚଢ଼ାଉରେ ହରିୟାଣା ପୁଲିସ ଏଏସଆଇ ଉପକାର ଓ ତାଙ୍କ ଟିମ୍ ସାମିଲ ଥିଲେ ।