Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ମିଶନ ଶକ୍ତି ସ୍କୁଟର ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ପାରଳାଖେମୁଣ୍ଡି:୧୧/୧୦(ଗରୁଡ଼ ଧ୍ଵଜ ଚୌଧୁରୀ)ମହିଳା ସଶକ୍ତିକରଣ ସାଙ୍ଗକୁ ଗମନାଗମନ ସୁବିଧା ପାଇଁ ଆଜି ରାଜ୍ୟ ସ୍ତରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ମିଶନ ଶକ୍ତି ସ୍କୁଟର ଯୋଜନାର ଶୁଭାରମ୍ଭ କରିଛନ୍ତି । ଏହି ପରିପ୍ରେକ୍ଷୀରେ ଆଜି ଗଜପତି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି। ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଶ୍ରୀଯୁକ୍ତ ଜି.ତିରୁପତି ରାଓ, ଅଧ୍ୟକ୍ଷ, ଜିଲ୍ଲାପରିଷଦ ଗଜପତି ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବରେ ଶ୍ରୀମତୀ ନିର୍ମଳା ସେଠୀ,ଅଧ୍ୟକ୍ଷା ପୌରପରିଷଦ ପାରଳାଖେମୁଣ୍ଡି,ଡ଼.ଗୁଣନିଧି ନାୟକ, ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲାପରିଷଦ ଗଜପତି ଓ କାଉନସିଲର ଶ୍ରୀଯୁକ୍ତ ସୁଜିତ୍ ତ୍ରୀପାଠୀ ପ୍ରମୁଖ ଉପସ୍ଥିତ ଥିଲେ। ଜିଲ୍ଲାପାଳଙ୍କ ଭିଡିଓ କନଫେରେନ୍ସ କକ୍ଷଠାରେ ରାଜ୍ୟ ସ୍ତରୀୟ ଉଦଘାଟନୀ ସମାରୋହରେ ଆଭାସି ମାଧ୍ୟମରେ ସମସ୍ତ ଅତିଥି ସାମିଲ ହୋଇଥିଲେ।
ମାନ୍ୟବର ମୁଖ୍ୟମନ୍ତ୍ରୀ କହିଥିଲେ ଯେ,ଗତି ହିଁ ଶକ୍ତି। ଗତି ହିଁ ସଶକ୍ତିକରଣ। ଆମର ସ୍କୁଟର ଯୋଜନା ମା’ମାନଙ୍କ ଯାତାୟତକୁ ସୁବିଧା କରିବ। ବୃତ୍ତିଗତ କ୍ଷେତ୍ରରେ ମଧ୍ୟ ନୂଆ ସୁଯୋଗ ଆଣିବ। ୭୦ ଲକ୍ଷ ମା’ମାନଙ୍କ ନିଜର ଅନୁଷ୍ଠାନ ମିଶନ ଶକ୍ତି ଆହୁରି ମଜୁବୁତ ହେବ। ମା’ମାନଙ୍କ ଗତିଶୀଳତା ଓଡିଶାର ପ୍ରଗତିକୁ ନୂଆ ବେଗ ଦେବ। ମିଶନ ଶକ୍ତି ମା’ମାନଙ୍କୁ ସରକାରୀ କାମ ଦେବାରେ ଦେଶରେ ଓଡିଶା ଏକମାତ୍ର ରାଜ୍ୟ। ମାନ୍ୟବର ମୁଖ୍ୟମନ୍ତ୍ରୀ ଆହୁରି ମଧ୍ଯ କହିଥିଲେ ଯେ ମା’ମାନେ ହିଁ ଆଣିଛନ୍ତି ଓଡିଶା ପାଇଁ ନୂଆ ଗତି, ଶକ୍ତି ଓ ପ୍ରଗତି।ସେହିପରି ମିଶନ ଶକ୍ତି ସ୍କୁଟର ଯୋଜନା କିଭଳି ଭାବେ ଗଜପତି ଜିଲ୍ଲାରେ ସଫଳ ହେବ ସେଥିନିମନ୍ତେ ଜିଲ୍ଲାପରିଷଦ ଅଧ୍ୟକ୍ଷ ଶ୍ରୀଯୁକ୍ତ ରାଓ ଆଶାବ୍ୟକ୍ତ କରିଥିଲେ। ଗଜପତି ଜିଲ୍ଲାର ୨୧୦୦ ସଦସ୍ୟା ଙ୍କୁ ସ୍କୁଟର ଯୋଗାଇ ଦେବା ପାଇଁ ଧାର୍ଯ୍ୟକରାଯାଇଛି ଆଜି ଜିଲ୍ଲାର ସାତ ଗୋଟି ବ୍ଲକର ୭୫ଜଣଙ୍କୁ ଅତିଥି ମାନଙ୍କ ଦ୍ଵାରା ସ୍କୁଟର ପ୍ରଦାନ କରାଯାଇଛି।ଏହା ଦ୍ବାରା ସମସ୍ତ ସୟଂ ସହାୟକ ଗୋଷ୍ଠୀର ସଦସ୍ୟ ( ଏମବିକେ, ସିଆରପି, ବ୍ୟାଙ୍କ୍ ମିତ୍ର, କୃଷି ମିତ୍ର ଓ ପ୍ରାଣୀ ମିତ୍ର)ଏବଂ ଇସି ସଦସ୍ୟାମାନେ ଗାଁ ଗାଁ ବୁଲି ଉତ୍ତମ ସେବା ଯୋଗାଇ ପାରିବେ । ଏଥିପାଇଁ ଓଡ଼ିଶା ସରକାର ବିନା ସୁଧରେ ଏକ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ପ୍ରତ୍ୟେକ ଯୋଗ୍ୟ ହିତାଧିକାରୀଙ୍କୁ ବ୍ୟାଙ୍କ ଋଣ ଯୋଗାଇ ଦେବାର ବ୍ୟବସ୍ଥା କରିଛନ୍ତି। ଏହାକୁ ୪ ବର୍ଷ ମଧ୍ୟରେ ଅର୍ଥାତ ୪୮ଟି କିସ୍ତିରେ ଋଣ ପରିଶୋଧ କରିବେ। ଆଜିର ଏହି କାର୍ଯ୍ୟକ୍ରମରେ ମିଶନ ଶକ୍ତି ଡିପିଏମ୍, ଶ୍ରୀ ଟିମନ୍ ବରା, ସମସ୍ତ ବ୍ୟାଙ୍କ ମ୍ୟାନେଜର, ସମସ୍ତ ଲାଇନ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।

More Stories