Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ବାଗବର ଉପ୍ରା ବିଦ୍ୟାଳୟ ରେ ଆନ୍ତର୍ଜାତିୟ ଶିଶୁ କନ୍ୟା ଦିବସ ପାଳିତ

ବୀରମହାରାଜପୁର : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବାଗବର ସରକାରୀ ଉପ୍ରା ବିଦ୍ୟାଳୟରେ ଆନ୍ତର୍ଜାତିୟ ଶିଶୁ କନ୍ୟା ଦିବସ ବୁଧୁବାର ପାଳିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ଲକ୍ଷ୍ମୀନାରାୟଣ ସାହୁ ଙ୍କ ପୌରୋହିତ୍ୟରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଶିକ୍ଷୟିତ୍ରୀ ମିନାକ୍ଷୀ ପ୍ରଧାନ ଓ ଗୌରୀ କୁମୁରା ଶିଶୁ କନ୍ୟା ଦିବସ ର ତାତ୍ପର୍ଯ୍ୟ ଉପରେ ଆଲୋଚନା କରିଥିଲେ । ଏହି ଅବସରରେ ସ୍କୁଲର ଛାତ୍ରୀମାନଙ୍କ ଦ୍ଵାରା ନୃତ୍ୟ ଓ ଗୀତ ପରିବେଷଣ କରାଯାଇଥିଲା । ଛାତ୍ରୀମାନଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗିତା କରାଯାଇ ପୁରସ୍କୃତ କରାଯାଇଥିଲା । ଶିକ୍ଷକ ପ୍ରଭୁଦତ୍ତ ବେଦୋକ୍ତା ଧନ୍ୟବାଦ ଅର୍ପଣ କରିଥିଲେ। କାର୍ଯ୍ୟକ୍ରମରେ ସମସ୍ତ ଶିକ୍ଷୟିତ୍ରୀ , ଶିକ୍ଷକ ଏବଂ ସମସ୍ତ ଛାତ୍ର ଛାତ୍ରୀ ଉପସ୍ଥିତ ଥିଲେ ।