Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଆଜିଠୁ ବୃଦ୍ଧି ପାଇବ ତାପମାତ୍ରା; ୨୬ରୁ ପୁଣି ବର୍ଷା

ଭୁବନେଶ୍ୱର: ଆଜିଠୁ ରାଜ୍ୟରେ ବୃଦ୍ଧି ପାଇବ ତାପମାତ୍ରା। ରାଜ୍ୟରେ ପାଗ ସାମାନ୍ୟ ପରିବର୍ତ୍ତନ ହୋଇଥିବା ବେଳେ ଆଉ ଏକ ପଶ୍ଚିମାଝଡ଼ ଆସୁଥିବା ନେଇ ପୂର୍ବନୁମାନ କରିଛି ପାଣିପାଗ ବିଭାଗ। ପଶ୍ଚିମା ଝଡ଼ ପ୍ରଭାବରେ ୨୬ରୁ ରାଜ୍ୟରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଥିବା ଆକଳନ କରିଛି ପାଣିପାଗ ବିଭାଗ। ଏଥିସହ ଘଣ୍ଟା ପ୍ରତି ୩୦ ରୁ ୪୦ କିଲୋମିଟର ବେଗରେ ପବନ ବହିବା ସମ୍ଭାବନା ରହିଛି ।

ଏହା ଭିତରେ ସର୍ବୋଚ୍ଚ ତାପମାତ୍ରା ୩୬ ଡିଗ୍ରୀ ଛୁଇଁବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବିଶେଷ କରି ମଧ୍ୟାହ୍ନରେ ତାତି ବଢ଼ିଲେ ବି ଅପରାହ୍ନରେ ଘଡ଼ିଘଡ଼ି ବିଜୁଳି ସହ ବର୍ଷା ହେବ। ଆଜି କାଳବୈଶାଖୀ ନେଇ ୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି । ମୟୂରଭଞ୍ଜ, ବାଲେଶ୍ବର, କନ୍ଧମାଳ, ଗଜପତି, ରାୟଗଡ଼ା, କୋରାପୁଟ, ନବରଙ୍ଗପୁର ଓ ମାଲକାନଗିରିକୁ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ।