Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପୁଞ୍ଜିନିବେଶରେ ଓଡ଼ିଶା ଅଗ୍ରଣୀ ରାଜ୍ୟ; ଶିଳ୍ପ ମନ୍ତ୍ରୀ

ଭୁବନେଶ୍ୱର: ପୁଞ୍ଜିନିବେଶରେ ଅଗ୍ରଣୀ ରାଜ୍ୟ ହୋଇପାରିଛି ଓଡ଼ିଶା। ଆଜି ବିଧାନସଭାରେ ପୁଞ୍ଜିନିବେଶରେ ଓଡ଼ିଶାର ସ୍ଥିତି ସମ୍ପର୍କରେ ବଖାଣିଛନ୍ତି ଶିଳ୍ପ ମନ୍ତ୍ରୀ ପ୍ରତାପ କେଶରୀ ଦେବ। ୨୦୨୨ ଡିସେମ୍ବରରୁ ରାଜ୍ୟରେ ନୂଆ ଶିଳ୍ପନୀତି ପ୍ରଣୟନ ହୋଇଛି। ପୁଞ୍ଜିନିବେଶରେ ଜାତୀୟ ହାର ୨୨ ପ୍ରତିଶତ ଥିବାବେଳେ ଓଡ଼ିଶାରେ ରହିଛି ୪୫-୪୭ ପ୍ରତିଶତ। ମେକ୍ ଇନ୍ ଓଡ଼ିଶା ୨୦୨୨ ଜରିଆରେ ୭୪୧ ଶିଳ୍ପ ପାଇଁ ପ୍ରସ୍ତାବ ଆସିଛି । ଏହା କାର୍ଯ୍ୟକ୍ଷମ ହେଲେ, ୧୦ଲକ୍ଷ ୪୮ ହଜାର ୮୦୭ କୋଟି ପୁଞ୍ଜି ନିବେଶ ଆସିବ ବୋଲି ବିଧାନସଭାରେ କହିଛନ୍ତି ଶିଳ୍ପ ମନ୍ତ୍ରୀ ପ୍ରତାପ କେଶରୀ ଦେବ ।

ସେ କହିଛନ୍ତି ଏହାଦ୍ବାରା ୧୦ ଲକ୍ଷ ୩୭ ହଜାର ୮୦୧ ନିଯୁକ୍ତି  ସୁଯୋଗ ସୃଷ୍ଟି ହେବ। ଏ ଯାଏ ୧୫୬ ବୃହତ୍‌ ଶିଳ୍ପ ଆଂଶିକ ଓ ପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇଛି । ୭ଟି ବୃହତ ଶିଳ୍ପ ଡାଉନଷ୍ଟ୍ରିମ ଆଲୁମିନିୟମ କ୍ଷେତ୍ରରେ କାର୍ଯ୍ୟକାରୀ ହେଉଛି ।

ମେକ ଇନ୍ ଓଡ଼ିଶା ୨୦୧୬ରେ ୮୪ ଶିଳ୍ପ ପ୍ରସ୍ତାବ ଆସିଥିଲା । ଯାହା ୨ ଲକ୍ଷ ୩୨ ହଜାର ୩୫ କୋଟିର ପୁଞ୍ଜିନିବେଶ ଲକ୍ଷ୍ୟ ଥିଲା । ୫୮ ଶିଳ୍ପକୁ ଅନୁମୋଦନ ମିଳିଥିଲା । ୨୭ ଶିଳ୍ପ କାମ ଚଳାଇଛନ୍ତି । ୪ ଶିଳ୍ପ ଉତ୍ପାଦନ ଆରମ୍ଭ କରିଥିବାବେଳେ ୮ଟି ଖୁବ ଶୀଘ୍ର ପ୍ରଡକ୍ସନ ଆରମ୍ଭ କରିବେ ବୋଲି ମନ୍ତ୍ରୀ କହିଛନ୍ତି।

ସେହିପରି ମେକ ଇନ୍ ଓଡ଼ିଶା ୨୦୧୮ରେ ୨୦୨ ଶିଳ୍ପ ପାଇଁ ପ୍ରସ୍ତାବ ଆସିଥିଲା । ଏଥିରେ ଲକ୍ଷେ ୨୩ ହଜାର ୧୧୫ କୋଟିର ନିବେଶ ଲକ୍ଷ୍ୟ ଥିଲା । ୧୦ ଶିଳ୍ପକୁ ଅନୁମୋଦନ ମିଳିଛି । ୭୧ ଶିଳ୍ପର କାମ ଚାଲିଛି । ୧୧ ଶିଳ୍ପ ଉତ୍ପାଦନ ଆରମ୍ଭ କରିଛନ୍ତି ।

ବଡ଼ ବଡ଼ ଶିଳ୍ପ ସଂସ୍ଥା ଟେକନୋଲୋଜି ବ୍ୟବହାରକୁ ଗୁରୁତ୍ୱ ଦେଉଛନ୍ତି। କାରଣ ସେମାନେ କୋଟି କୋଟି ଟଙ୍କା ନିବେଶ କରିଛନ୍ତି । ଏପରି ସ୍ଥିତିରେ ଡାଉନଷ୍ଟ୍ରିମ ଇଣ୍ଡଷ୍ଟ୍ରି ଆବଶ୍ୟକ । ଏଥିପାଇଁ ୩୬ ଶିଳ୍ପ ସଂସ୍ଥା ସହ ଚୁକ୍ତି ହୋଇଛି। ସେମାନଙ୍କୁ କଳିଙ୍ଗନଗରରେ ଜାଗା ଦିଆଯାଇଛି ବୋଲି ଉତ୍ତର ରଖିଛନ୍ତି ମନ୍ତ୍ରୀ।