Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

କୋକସରା ଠାରେ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ।

ଭବାନୀପାଟଣା, ୧୬/୧୦ (ଜଗନ୍ନାଥ ନାଏକ) : ଆଜି କୋକସରା ବ୍ଲକ ସ୍ଥିତ ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ କଳାହାଣ୍ଡି ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀଙ୍କ ଙ୍କ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଉପ ଜିଲ୍ଲାପାଳ ଧର୍ମଗଡ଼ ଶ୍ରୀ ବିରଞ୍ଚି ନାରାୟଣ ଦରୱାନ ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।
ଏହି ଜନ ଶୁଣାଣି ଶିବିରରେ ମୋଟ ୩୯ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୨୭ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୨ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୦୭ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ