Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଗୋଷାଣୀ ବ୍ଲକ ଗୁରାଣ୍ଡି ସ୍ଥିତ ମୀନକେତନ ମହାବିଦ୍ୟାଳୟ ଠାରେ ମୁଖ୍ୟମନ୍ତ୍ରୀଙ୍କ ଜନ୍ମ ଦିନ ଅବସରରେ ରକ୍ତଦାନ ଶିବିର ଅନୁଷ୍ଠିତ

ପାରଳାଖେମୁଣ୍ଡି:୧୭/୧୦(ଗରୁଡ଼ ଧ୍ଵଜ ଚୌଧୁରୀ) ଗଜପତି ଜିଲ୍ଲା ଗୋଶାଣୀ ବ୍ଲକ ଗୁରାଣ୍ଡି ଗ୍ରାମ ଠାରେ ଥିବା ମୀନକେତନ ମହାବିଦ୍ୟାଳୟ ପରିସରରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଥିଲା । ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମ ଦିବସ ଅବସରରେ ଏହି ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଥିଲା । ଏଥିରେ ବିଜେଡି କର୍ମୀଙ୍କ ସମେତ ସାମ୍ବାଦିକ, ଜନସାଧାରଣ ସ୍ୱେଚ୍ଛାକୃତ ଭାବରେ ଆଗେଇ ଆସି ରକ୍ତଦାନ କରିଥିବାର ଦେଖିବାକୁ ମିଳିଥିଲା । ଏହି ଶିବିରକୁ ଗୋଷାଣି ବ୍ଲକ ଅଧ୍ୟକ୍ଷ ଏନ୍‌.ବୀରରାଜୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦ୍‌ଘାଟନ କରିଥିବା ବେଳେ ଗୁରାଣ୍ଡି ଥାନା ଅଧିକାରୀ ରବୀନ୍ଦ୍ର ପାତ୍ର, ଓଡିଶା ମୋପରିବାର ଜୀବନ ବିନ୍ଦୁର ଗଜପତି ଜିଲ୍ଲା ସଂଯୋଜିକା ଇନ୍ଦିରା ପଟ୍ଟନାୟକ, ଜିଲ୍ଲା ବିଜେଡି ମହିଳା ଉପ ସଭାନେତ୍ରୀ ସଂଯୁକ୍ତା ବେହେରା, ଗୋଷାଣି ବ୍ଲକ ବିଜେଡି ସଭାପତି ଇଶ୍ୱର ରାଓ, ଆର୍‌ଏମ୍‌ସି ସଭାପତି ଏସ୍‌.ଗଜପତି ରାଓ ପ୍ରମୁଖ ଉପସ୍ଥିତ ଥିଲେ । ସେହିପରି ଏହି ରକ୍ତ ଦାନ ଶିବିରରେ ଗଜପତି ଜିଲ୍ଲା ପରିଷଦ ଅଧ୍ୟକ୍ଷ ଜି.ତିରୁପତି ରାଓ, ଏସ୍‌ଡିସି ଅଧ୍ୟକ୍ଷା ମୋରିୟମ ରଇତ, ଜିଲ୍ଲା ଯୁବ ସଭାପତି ଏସ୍‌.ଲିଙ୍ଗରାଜୁ,ପାରଳାଖେମୁଣ୍ଡି ରାଜକୁମାରୀ କଲ୍ୟାଣୀ ଦେବୀ, ରାଜ୍ୟ ସମ୍ପାଦକ ପ୍ରଦୀପ ନାୟକ, ଯୁବନେତା ରୂପେଶ ପାଣିଗ୍ରାହୀ, ଜିଲ୍ଲା ବିଜେଡି ଉପସଭାପତି ଲକ୍ଷ୍ମୀକାନ୍ତ ପରିଚ୍ଛା, ଜମିଦାର ପଟ୍ଟନାୟକ, ପ୍ରଶାନ୍ତ ପାତ୍ର, ଅମିର କୁମାର ଜେନା ପ୍ରମୁଖଙ୍କ ସମେତ ଗୋଷାଣି ବ୍ଲକର ସମସ୍ତ ବିଜେଡି ସମର୍ଥିତ ସରପଞ୍ଚ , ସମିତି ସଭ୍ୟ, ସ୍ଥାନୀୟ ନେତା, ଯୁବ ବର୍ଗ ଯୋଗ ଦେଇଥିଲେ । ଏହି ରକ୍ତ ଦାନ ଶିବିରରେପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଡାକ୍ତର ଚନ୍ଦନ ମେକାପ ଏବଂ ସିନିୟର ଟେକ୍ନିସିୟନ ଖଗେଶ୍ୱର ବେହେରା ଏବଂ କର୍ମଚାରୀ ମାନେ ଉପସ୍ଥିତ ରହି ମୋଟ ୨୮ ୟୁନିଟ ରକ୍ତ ସଂଗ୍ରହ କରିଥିଲେ । ଏହି ରକ୍ତଦାନ ଶିବିରରେ ସାମ୍ବାଦିକ ସରୋଜ ପାତ୍ର, ପ୍ରଶାନ୍ତ କୁମାର ରାଉତ ଏବଂ ଭାସ୍କର ସ୍ୱାଇଁ ପ୍ରମୁଖ ଯୋଗଦେଇ ସ୍ୱେଚ୍ଛାକୃତ ଭାବେ ରକ୍ତଦାନ କରିଥିବାର ଦେଖିବାକୁ ମିଳିଥିଲା ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories

ପାରଳାଖମୁଣ୍ଡିଠାରେ ଗଜପତି ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ।ପାରଳାଖେମୁଣ୍ଡି:୬/୪(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟଳୟ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାସ୍ତରୀୟ ସଂଯୁକ୍ତ ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ଫାଲଗୁନୀ ମାଝୀ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ସୁନୀଲ କାନ୍ତ ମହାନ୍ତି, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ଦୟାମୟ ପାଢ଼ୀ,ଉପଜିଲ୍ଲାପାଳ ପାରଳାଖେମୁଣ୍ଡି ଶ୍ରୀ ଅନୁପ ପଣ୍ଡା ଅଭିଯୋଗ ଶୁଣାଣୀ କରିଥିଲେ। ଆଜିର ଜିଲ୍ଲାସ୍ତରୀୟ ଅଭିଯୋଗ ଶୁଣାଣୀ ଶିବିରରେ ମୋଟ-୬୦ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା-୪୯ ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା – ୧୧ ଗୋଟି ଅଭିଯୋଗ ଆସିଥିଲା । ଅନ୍ୟ ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଧେଶ ଦିଆଯାଇଛି। ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା,ଜମି ପଟ୍ଟା,ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ ରାସ୍ତା ଓ ସ୍ଵାସ୍ଥ୍ୟ ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା । ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ରେ ଗୋଷାଣୀ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଗୋର ଚନ୍ଦ୍ର ପଟ୍ଟନାୟକ ,ସ୍ଥାନୀୟ ତହସିଲଦାର ନାରାୟଣ ବେହେରା ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଏହି ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ।