Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

କୁଚିଣ୍ଡା ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା ବାର୍ତ୍ତା,ବିଦ୍ୟାଳୟରେ ଉତ୍ସବର ମାହୋଲ

ଜମନକିରା : କେନ୍ଦ୍ର ସରକାରଙ୍କ ଯୋଜନା ଅନୁସାରେ ଛାତ୍ରଛାତ୍ରୀଙ୍କ ମନରୁ ପରୀକ୍ଷା ବୋଝକୁ ହାଲୁକା କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରତିବର୍ଷ ପରୀକ୍ଷା ପେ ଚର୍ଚ୍ଚା କାର୍ଯ୍ୟକ୍ରମ କରିଥାନ୍ତି। ଚଳିତ ବର୍ଷ ପରୀକ୍ଷା ପେ ଚର୍ଚ୍ଚା – ୨୦୨୩ରେ ବିଦ୍ୟାଳୟର ଅଧ୍ୟକ୍ଷ ଚକ୍ରଧର ମାଝୀ, ସହକାରୀ ଶିକ୍ଷକ, ଶିକ୍ଷୟିତ୍ରୀ ମାନଙ୍କ ମଧ୍ୟରୁ ମଞ୍ଜିଲ ନାୟକ, ଭାରତୀ ଭୋଇ, ଜୁଲି ପଧାନ, ଜସ୍ମିନ କିସାନ, ସୁରଜ ପଟେଲ, ମାମୁନ ପଟେଲ, କିରଣ ମହନ୍ତ, ସମୀକ୍ଷା ବାରିକ ଓ ଛାତ୍ରଛାତ୍ରୀଗଣ ଅଂଶ ଗ୍ରହଣ କରିଥିଲେ। ଏହା ମଧ୍ୟ ଗତ ଜାନୁଆରୀ ମାସ ୧୭ ତାରିଖ ଦିନ ଦୂରଦର୍ଶନରେ ପ୍ରସାରିତ ହୋଇଥିଲା। ଏହାପରେ ଗତକାଲି ଏଥି ନିମନ୍ତେ ପ୍ରଧାନମନ୍ତ୍ରୀଙ୍କ ଦସ୍ତଖତ ଥିବା ଏକ ଶୁଭେଚ୍ଛା ବାର୍ତ୍ତା ପ୍ରତ୍ୟେକ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ନାମରେ ଡାକ ଯୋଗେ ପ୍ରାପ୍ତ ହେବା ପରେ ବିଦ୍ୟାଳୟରେ ଉତ୍ସବର ମହୋଲ ସୃଷ୍ଟି ହୋଇଥିଲା। ଏଥିପାଇଁ ବିଦ୍ୟାଳୟର ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ, କର୍ମଚାରୀ ଓ ଛାତ୍ରଛାତ୍ରୀ ମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଙ୍କୁ କୃତଜ୍ଞତା ଜ୍ଞlପନ କରିଛନ୍ତି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ