Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଆଗାମୀ ୪ ଦିନ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ପଶ୍ଚିମାଝଡ଼ ପ୍ରଭାବରେ ଆଗାମୀ ୪ ଦିନ ପର୍ଯ୍ୟନ୍ତ ସାରା ରାଜ୍ୟରେ ବର୍ଷା ସମ୍ଭାବନା ନେଇ ପୂର୍ବନୁମାନ କରିଛି ପାଣିପାଗ ବିଭାଗ। ବିଜୁଳି ଘଡ଼ଘଡ଼ି ସହ ବର୍ଷା ଏବଂ ଝଡ଼ ପବନ ହେବା ସମ୍ଭାବନା ଥିବା କହିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଏହାର ପ୍ରଭାବରେ ୨୬ରୁ ସମଗ୍ର ରାଜ୍ୟରେ ବର୍ଷା ହେବ। ପଶ୍ଚିମାଝଡ ପ୍ରଭାବରେ ଗଞ୍ଜାମ, ଗଜପତି, ଖୋର୍ଦ୍ଧା, ନୟାଗଡ଼, ପୁରୀ ସମେତ ଏହାର ପାଖଆଖ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବ । ଏହି ସମୟରେ ପବନର ବେଗ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ରହିବ ବୋଲି କହିଛି ପାଣିପାଗ ବିଭାଗ।

୨୭ରେ ଉପକୂଳ ଓଡ଼ିଶାର ୧୧ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏ ନେଇ ୟେଲୋ ୱାର୍ଣ୍ଣିଂ ମଧ୍ୟ ଜାରି ହୋଇଛି। ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ, ସୁନ୍ଦରଗଡ଼ ଓ କେନ୍ଦୁଝରରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।