Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଏପ୍ରିଲ ପ୍ରଥମ ସପ୍ତାହରେ ଜାପାନ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ!

ଭୁବନେଶ୍ୱର: ପୁଞ୍ଜିନିବେଶରେ ଜାତୀୟସ୍ତରରେ ଓଡ଼ିଶା ଆଗରେ ରହିଛି। ଶିଳ୍ପ କ୍ଷେତ୍ରରେ ଆହୁରି ଉନ୍ନତି ଲାଗି ପ୍ରସ୍ତୁତି ମଧ୍ୟ ଆରମ୍ଭ ହୋଇସାରିଲାଣି। ଏହାକୁ ଦୃଷ୍ଟିରେ ରଖି ଜାପାନରେ ଅନୁଷ୍ଠିତ ହେବାକୁ ଥିବା ନିବେଶକ ସମ୍ମିଳନୀରେ ଯୋଗ ଦେଇପାରନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନିବେଶକ ସମ୍ମିଳନୀ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି । ପୂର୍ବରୁ ଦିଲ୍ଲୀ, ମୁମ୍ବାଇ, ହାଇଦ୍ରାବାଦ ଓ ଦୁବାଇ ଆଦିରେ ହୋଇଥିବା ନିବେଶକ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ଯୋଗଦେଇଥିଲେ । ତେଣୁ ଜାପାନ ଅନୁଷ୍ଠିତ ହେବାକୁ ଥିବା ସମ୍ମିଳନୀରେ ମଧ୍ୟ ମୁଖ୍ୟମନ୍ତ୍ରୀ ମଧ୍ୟ ସାମିଲ ହୋଇପାରନ୍ତି ବୋଲି ସୂଚନା ମିଳିଛି ।

ରାଜ୍ୟରେ ନିବେଶ ପାଇଁ ମେକ୍ ଇନ୍ ଓଡ଼ିଶା ପ୍ରମୁଖ ମାଧ୍ୟମ। କିଛି ସପ୍ତାହ ତଳେ ଜାପାନ ରାଷ୍ଟ୍ରଦୂତ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଥିଲେ। ବାଣିଜ୍ୟିକ ସମ୍ପର୍କ ସ୍ଥାପନ ପାଇଁ ଆଗ୍ରହ ପ୍ରକାଶ କରିଥିଲେ । ପର୍ଯ୍ୟଟନ, ସାମୁଦ୍ରିକ ଖାଦ୍ୟ, ହୋଟେଲ, ପୋଷାକ ଓ ଧାତବ ଶିଳ୍ପ କ୍ଷେତ୍ରରେ ଓଡ଼ିଶାରେ ଜାପାନ ପୁଞ୍ଜିନିବେଶ କରିବା ସମ୍ଭାବନା ରହିଛି । ଓଡ଼ିଶାରେ ପ୍ରାୟ ୧୦ ଲକ୍ଷ କୋଟିରୁ ଅଧିକ ନିବେଶ ପାଇଁ ବିଭିନ୍ନ ନିବେଶକ ପ୍ରତିଶ୍ରୁତି ଦେଇଛନ୍ତି ।

More Stories