Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ବ୍ଲକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଓ ଓଡିଶା ମିଲେଟସ ପ୍ରତିଯୋଗିତା

ଦେବଗଡ: ତିଲେଇବଣି ପଂଚାୟତ ସମିତି ଉଚ୍ଚ ବିଦ୍ୟାଳୟରେ ବ୍ଲକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଓ ଓଡିଶା ମିଲେଟସ ପ୍ରତିଯୋଗିତା ବୁଧବାର ଅନୁଷ୍ଠିତ ହୋଇଯାଇଛି । ତିଲେଇବଣୀ ଗୋଷ୍ଠୀ ଶିକ୍ଷା ଅଧିକାରୀ ସିକରେନ୍ଦ୍ର ଛତ୍ରିଆଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୂଖ୍ୟଅତିଥି ଭାବେ ତିଲେଇବଣି ଗୋଷ୍ଠୀ ଉନ୍ନୟନ ଅଧିକାରିଣୀ ପ୍ରିୟଦର୍ଶିନୀ ମିର୍ଦ୍ଧା ଯୋଗଦେଇ ଦୀପ ପ୍ରଜ୍ଜ୍ୱଳନ ସହ କାର୍ଯ୍ୟକ୍ରମକୁ ଆଗେଇ ନେଇଥିଲେ । ମୁଖ୍ୟବକ୍ତା ଭାବେ ବୁଢାପାଳ ମହାବିଦ୍ୟାଳୟ ଓଡିଆ ଅଧ୍ୟାପକ ଡ. ଭାରତ ଭୂଷଣ ନନ୍ଦ ଏବଂ ସମ୍ମାନୀତ ଅତିଥି ଭାବେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ନାରାୟଣ ସିଂ ସାମାଡ, ବିଦ୍ୟାଧର ସାହୁ, ସୁଶାନ୍ତ କୁମାର ସାହୁ, ତିଲେଇବଣି ଉଚ୍ଚ ବିଦ୍ୟାଳୟ ପ୍ରଧାନଶିକ୍ଷକ କିଶୋର ଚନ୍ଦ୍ର ପ୍ରଧାନ ମଂଚାସୀନ ରହି ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିଥିଲେ । ଏହି ଅବସରରେ ତିଲେଇବଣି ବ୍ଲକର ସମସ୍ତ କ୍ଲଷ୍ଟର ସ୍ତରରୁ ମନୋନୀତ ହୋଇ ଆସିଥିବା ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଜଣା ଅଜଣା, ପ୍ରବନ୍ଧ, ବକ୍ତୃତା, ସଙ୍ଗୀତ, ଚିତ୍ରାଙ୍କନ, ଏଲୋକେସନ, ଏମଡିଏମ ଆର୍ଟ ଏଣ୍ଡ କ୍ରାପ୍ଟ, ସୃଜନଶୀଳ ଲିଖନ, ହସ୍ତାକ୍ଷର ଲିଖନ, ଦଳଗତ ନୃତ୍ୟୁ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ସନ୍ଧ୍ୟାରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ସିକରେନ୍ଦ୍ର ଛତ୍ରିଆଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉଦଯାପନୀ ଉତ୍ସବରେ ମୂଖ୍ୟଅତିଥି ଭାବେ ତିଲେଇବଣି ବ୍ଲକ ଅଧ୍ୟକ୍ଷା ବୃନ୍ଦାବତୀ ଭୋଇ, ଜିଲା ପରିଷଦ ସଭ୍ୟା ପୁଷ୍ପାଞ୍ଜଳୀ ସାମଲ, ସରପଂଚ ସସ୍ମିତା ଏକ୍କା, ସମିତିସଭ୍ୟ ଶୁକ୍ରୁ ମୁଣ୍ଡା, ନାରାୟଣ ସିଂ ସାମାଡ ପ୍ରମୁଖ ଯୋଗଦେଇ କୃତୀ ଛାତ୍ରଛାତ୍ରୀ ମାନଙ୍କୁ ମାନପତ୍ର ଓ ପୁରସ୍କାର ପ୍ରଦାନ କରିଥିଲେ । ସୁଗୁଡା ସିଆରସିସି ପ୍ରାଣବନ୍ଧୁ ଘଡେଇ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ଶିକ୍ଷକ ଶାନ୍ତନୁ କୁମାର ନାଥ ଅତିଥି ପରିଚୟ ସହ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ । କାର୍ଯ୍ୟକ୍ରମ ପରିଚାଳନାରେ ଶିକ୍ଷକ, ଶିକ୍ଷୟତ୍ରୀ ମାନେ ସହଯୋଗ କରିଥିଲେ ।