Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ବଙ୍ଗୋପସାଗରରେ ସୃଷ୍ଟି ହେଲା ଅବପାତ, ବାତ୍ୟାର ରୂପ ନେଇପାରେ

ଭୁବନେଶ୍ଵର: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଅବପାତର ରୂପ ନେଇଛି। ଏହା ପାରାଦୀପଠାରୁ ଦକ୍ଷିଣରେ ୬୧୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇଛି। ଆଗାମୀ ୨୪ ଘଣ୍ଟାରେ ଆହୁରି ଘନୀଭୂତ ହୋଇ ଗଭୀର ଅବପାତର ରୂପ ନେବାର ସମ୍ଭାବନା ରହିଛି। ତେବେ ଏହା ଦୁର୍ବଳ ବାତ୍ୟା ସୃଷ୍ଟି ହେବାର ସମ୍ଭାବନା ରହିଛି। ଏ ନେଇ ରବିବାର ସୂଚନା ଦେଇଛନ୍ତି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ।

ସେ କହିଛନ୍ତି ଆଜି ରାତିରେ ଅବପାତ ଗଭୀର ଅବପାତର ରୂପ ନେବ। କାଲି ମଧ୍ୟରାତ୍ର ସୁଦ୍ଧା ଦୁର୍ବଳ ବାତ୍ୟାର ରୂପ ନେଇପାରେ। ଏହି ସମୟରେ ସମୁଦ୍ରରେ ପବନର ବେଗ ସର୍ବାଧିକ ୮୦ କିମି ରହିପାରେ। ୨୭ ତାରିଖ ଯାଏଁ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି। ତେବେ ଓଡ଼ିଶା ଉପରେ ବିଶେଷ ପ୍ରଭାବ ରହିବାର ସମ୍ଭାବନା ନାହିଁ। ୨୪ ଓ ୨୫ ତାରିଖରେ ବର୍ଷାର ବିସ୍ତୃତି ସାମାନ୍ୟ ବଢିବ।

ବିଶେଷ କରି ଉପକୂଳ ଓଡ଼ିଶାରେ ଏହାର କିଛି ପ୍ରଭାବ ପଡ଼ିପାରେ। ନବମୀ ଓ ଦଶମୀରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି। ତେଣୁ ପାର୍ବଣ କିଛି ମାତ୍ରାରେ ଫିକା ପଡ଼ିପାରେ। ୨୫ ତାରିଖ ବେଳକୁ ରାଜ୍ୟର ପାଗ ଭଲ ରହିପାରେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ