Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ପଞ୍ଚଭୂତରେ ଲୀନ ହେଲେ ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ସ୍ୱରୂପ ନାୟକ

କଟକ: ପଞ୍ଚଭୂତରେ ଲୀନ ହେଲେ ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ସ୍ୱରୂପ ନାୟକ । କଟକ ସତୀଚଉରା ଶ୍ମଶାନରେ ଶନିବାର ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ତାଙ୍କର ଶେଷକୃତ୍ୟ ସଂପନ୍ନ ହୋଇଛି।  ବଡ଼ ଝିଅ ନିବୃତ୍ତି ନାୟକ ମୁଖାଗ୍ନି ଦେଇଛନ୍ତି। ଶେଷଦର୍ଶନ ପାଇଁ ସତୀଚୌରା ଶ୍ମଶାନରେ ବହୁ ବିଶିଷ୍ଟ ବ୍ୟକ୍ତି ଉପସ୍ଥିତ ରହିଥିଲେ। ପୂର୍ବରୁ ତାଙ୍କୁ ଏକ ଶୋଭାଯାତ୍ରାରେ ସତୀଚଉରାକୁ ଅଣାଯାଇଥିଲା।

ସୂଚନାଯୋଗ୍ୟ, ଲୋକପ୍ରିୟ ସଂଗୀତ ନିର୍ଦ୍ଦେଶକ, ଗୀତିକାର, କଣ୍ଠଶିଳ୍ପୀ, ଅଭିନେତା ସ୍ବରୂପ ନାୟକଙ୍କର ଗତକାଲି ଅପରାହ୍‌ଣ ୨ଟା ୪୫ରେ ପ‌ରଲୋକ ଘଟିଥିଲା ଫୁସ୍‌ଫୁସ୍‌ କର୍କଟ ରୋଗରେ ପୀଡ଼ିତ ସ୍ଵରୂପଙ୍କ  ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଥିଲେ । ତେବେ ଶୁକ୍ରବାର ଅପରାହ୍ଣରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ଘଟିଥିଲା । ମୃତ୍ୟୁ ବେଳକୁ ତାଙ୍କୁ ୭୬ ବର୍ଷ ହୋଇଥିଲା । ଶେଷଶଯ୍ୟା ନିକଟରେ ଧର୍ମପତ୍ନୀ ନିହାରିକା ନାୟକ, ବଡ଼ ଝିଅ ଡାକ୍ତର ନିବୃତ୍ତି ନାୟକ ସମେତ ଆତ୍ମୀୟସ୍ଵଜନ  ଉପସ୍ଥିତ ଥିଲେ ।

୧୯୪୭ ଫେବୃୟାରୀ ୮ ତାରିଖରେ ସ୍ୱରୂପ ନାୟକ ଜନ୍ମଗ୍ରହଣ କରିଥିଲେ । ୧୯୮୪ ମସିହାର ହୀରାନୀଳା କଥାଚିତ୍ର ଥିଲା ସଙ୍ଗୀତକାର ଭାବରେ ତାଙ୍କର ପ୍ରଥମ ଚଳଚ୍ଚିତ୍ର । ୪୧ଟି ଓଡ଼ିଆ କଥାଚିତ୍ରରେ ସଙ୍ଗୀତ ନିର୍ଦ୍ଦେଶନା ଦେବା ସହ ୩୦ଟି କଥାଚିତ୍ରରେ ଗୀତ ରଚନା କରିଥିଲେ । 

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ