Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଶ୍ରୀଜିଉଙ୍କୁ ଦର୍ଶନ କଲେ ନବନିଯୁକ୍ତ ରାଜ୍ୟପାଳ ରଘୁବର ଦାସ, ମଙ୍ଗଳବାର ନେବେ ଶପଥ

ପୁରୀ: ଶ୍ରୀଜିଉଙ୍କୁ ଦର୍ଶନ କଲେ ନବନିଯୁକ୍ତ ରାଜ୍ୟପାଳ ରଘୁବର ଦାସ। ଆଜି ଭୋରରୁ ପୁରୀରେ ପହଞ୍ଚିବା ପରେ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି। ସେ ଆସନ୍ତାକାଲି ଦିନ ୧୧ଟା ୪୫ରେ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ନେବେ।

ସୋମବାର ଦିନ ଭୋର ସମୟରେ ପୁରୀରେ ପହଞ୍ଚିଥିଲେ ଓଡିଶାର ନବନିଯୁକ୍ତ ରାଜ୍ୟପାଳ ରଘୁବର ଦାସ । ଏଠାରେ ତାଙ୍କୁ ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା ଏବଂ ଏସ୍‌ପି କନଓ୍ୱର ବିଶାଳ ସିଂହ ସ୍ୱାଗତ କରିଥିଲେ । ଏହାପରେ କଡ଼ା ସୁରକ୍ଷା ମଧ୍ୟରେ ପୁରୀ ଷ୍ଟେସନରୁ ସିଧା ରାଜଭବନ ଯାଇଥିଲେ ରଘୁବର ଦାସ । ସେଠାରେ କିଛି ସମୟ ବିଶ୍ରାମ ପରେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି ନୂତନ ରାଜ୍ୟପାଳ ରଘୁବର ଦାସ। ମଙ୍ଗଳବାର ଦିନ ପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ ପରେ ଓଡିଶାର ନୂତନ ରାଜ୍ୟପାଳ ଭାବେ ଶପଥ ନେବେ ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ