ଉଲୁଣ୍ଡା ବ୍ଲକ ରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ


ବୀରମହାରାଜପୁର : ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ଠାର ଆଜି ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଓ ଉପଶମ ଶିବିର ବ୍ଲକ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲାପାଳ ବିମଳେନ୍ଦୁ ରାୟ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୫୨ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୪୨ ଗୋଟି ଗ୍ରହଣ କରାଯାଇଥିବା ବେଳେ ୧୦ ଟି ସାମୁହିକ ଦରଖାସ୍ତ ଗ୍ରହଣ କରାଯାଇଛି l ଗୋଟିଏ ଦରଖାସ୍ତ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡ ରୁ ସହାୟତା ନିମନ୍ତେ ଗ୍ରହଣ କରାଯାଇଛି l ୨୦ ଗୋଟି ଦରଖାସ୍ତ ର ତୁରନ୍ତ ସମାଧାନ କରାଯାଇଥିବା ବେଳେ ଅନ୍ୟ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି l ଶିବିରରେ ଉଲୁଣ୍ଡା ବ୍ଲକ ଅନ୍ତର୍ଗତ ଦୁଇଟି ଯୋଗ୍ୟ ଭିନ୍ନକ୍ଷମ ଦମ୍ପତି ଙ୍କୁ ଜିଲ୍ଲା ସାମାଜିକ ସୁରକ୍ଷା ବିଭାଗ ତରଫରୁ ବିବାହ ପ୍ରୋତ୍ସାହନ ସ୍ୱରୂପ ଦୁଇ ଲକ୍ଷ ପଚାଶ ହଜାର ଲେଖାଏଁ ଆର୍ଥିକ ସହାୟତା ଜିଲ୍ଲାପାଳ ଙ୍କ ଦ୍ୱାରା ପ୍ରଦାନ କରାଯାଇଥିଲା l ଉଲୁଣ୍ଡା ବିଡିଓ କରିଶ୍ମା ବେଶ୍ରା ଙ୍କ ତତ୍ୱାବଧାନରେ ସୋମବାର ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଅଶ୍ଵିନି ମେହେର , ବ୍ଲକ ଅଧ୍ୟକ୍ଷା ଶାନ୍ତିଲତା ମିଶ୍ର , ଉପଜିଲ୍ଲାପାଳ ବୀରମହାରାଜପୁର ଲଲାଟେନ୍ଦୁ ସି , ଅତିରିକ୍ତ ଜିଲ୍ଲା ମୁଖ୍ୟ ସ୍ୱାସ୍ଥ୍ୟ ଅଧିକାରୀ ଡଃ ଦୈତ୍ୟ ନାରାୟଣ ପାଢ଼ୀ , ଅଧିକ୍ଷଣ ଯନ୍ତ୍ରୀ ପି ଡବ୍ଲୁ ଡି ଇଂ ଦାମୋଦର କୈବର୍ତ୍ତ , ଜିଲ୍ଳା ମୁଖ୍ୟ ଯୋଗାଣ ଅଧିକାରୀ ସୁରେଶ ପାଣିଗ୍ରାହୀ , ଜିଲ୍ଲା ପଞ୍ଚାୟତ ଅଧିକାରୀ ଅର୍ଜୁନ ମାଝୀ , ଜିଲ୍ଲା ମଙ୍ଗଳ ଅଧିକାରୀ ଅଚ୍ୟୁତାନନ୍ଦ ସିଂ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ , ଜିଲ୍ଳା ଶ୍ରମ ଅଧିକାରୀ ଡିଲେଶ୍ୱର ଖାକା , ଜିଲ୍ଲା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇ , ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଚତୁର୍ଭୁଜ ଦାଶ , ତହସିଲଦାର ଉଲୁଣ୍ଡା ଦିଲ୍ଲିପ ମାଝି ସମେତ ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ , ତହସିଲ ଓ ବ୍ଲକ ସ୍ତରୀୟ କର୍ମଚାରୀ , ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ l