Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ବଦଳିଲା କଳାହାଣ୍ଡି ବିଶ୍ୱବିଦ୍ୟାଳୟ ନାଁ, ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ ନାଁରେ ନାମିତ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭବାନୀପାଟଣା, ୦୧/୧୧ (ଜଗନ୍ନାଥ ନାଏକ) : ବଦଳିଲା କଳାହାଣ୍ଡି ବିଶ୍ୱବିଦ୍ୟାଳୟ ନାଁ, ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଳାହାଣ୍ଡିର ଅଧିଷ୍ଠାତ୍ରୀ ଦେବୀ ମା ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ ନାମରେ ନାମିତ କରିଛନ୍ତି । ରାଜ୍ୟର ପ୍ରଥମ ସରକାରି ଅନୁଷ୍ଠାନ ଭାବେ ଦେବାଦେବୀଙ୍କ ନାମରେ ନାମିତ ହୋଇଛି କଳାହାଣ୍ଡି ବିଶ୍ୱବିଦ୍ୟାଳୟ । କଳାହାଣ୍ଡି ପ୍ରତିଷ୍ଠା ଦିବସରେ କଳାହାଣ୍ଡି ଜିଲ୍ଲାବାସୀଙ୍କୁ ଏହି ବଡ ଉପହାର ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଆଜି କଳାହାଣ୍ଡି ଜିଲ୍ଲା ଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଳାହାଣ୍ଡି ପ୍ରତିଷ୍ଠା ଦିବସ ଅବସରରେ ସଭିଙ୍କୁ ଶୁଭେଚ୍ଛା ଜଣାଇବା ସହ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଭେଟି ଦେଇଛନ୍ତି। ଜିଲ୍ଲାବାସୀଙ୍କ ଭାବାବେଗକୁ ସମ୍ମାନ ଦେଇ କଳାହାଣ୍ଡି ବିଶ୍ୱବିଦ୍ୟାଳୟର ନାମ ପରିବର୍ତ୍ତନ ନେଇ ଘୋଷଣା କରିଛନ୍ତି। ଏ ନେଇ ମୁଖ୍ୟମନ୍ତ୍ରୀ ଲକ୍ଷ୍ମୀ ବସ୍‌‌ ଚଳାଚଳ ଶୁଭାରମ୍ଭ ସମାରୋହରେ ଘୋଷଣା କରିଛନ୍ତି।
ଅନ୍ୟପଟେ ମୁଖ୍ୟମନ୍ତ୍ରୀ ଆଜି କଳାହାଣ୍ଡିରେ ନବନିର୍ମିତ ସହିଦ ରେଣ୍ଡୋ ମାଝୀ ମେଡିକାଲ କଲେଜର ମଧ୍ୟ ଉଦଘାଟନ କରିଛନ୍ତି । ଏହି ଅବସରରେ ଛାତ୍ରଛାତ୍ରୀଙ୍କ ସହିତ ଆଲୋଚନା କରିଥିଲେ ମୁଖ୍ୟମନ୍ତ୍ରୀ । ପାଠପଢ଼ା ସହିତ ସୁବିଧା ସୁଯୋଗ ସମ୍ପର୍କରେ ପଚାରି ବୁଝିଥିଲେ ମୁଖ୍ୟମନ୍ତ୍ରୀ । ଦୀର୍ଘ ଦୁଇ ଦଶନ୍ଧି ଧରି ଜିଲ୍ଲାବାସୀଙ୍କ ମେଡିକାଲ କଲେଜ ଆଶା ପୂରଣ ହୋଇଛି । ୩୨୫ କୋଟି ଟଙ୍କା ଖର୍ଚ୍ଚରେ ନିର୍ମାଣ ହୋଇଛି ଭବାନୀପାଟଣା ମେଡିକାଲ କଲେଜ ଓ ହସ୍ପିଟାଲ । ୧୦୦ ସିଟରେ ନାମଲେଖା ପାଇଁ NMC ଠାରୁ ଅନୁମତି ଦେଇଛି । ଏହି ମେଡିକାଲ କଲେଜ ଓ ହସ୍ପିଟାଲଟିର ନାମ କଳାହାଣ୍ଡି ଜିଲ୍ଲାର ମହାନ ସ୍ଵାଧୀନତା ସଂଗ୍ରାମୀ ସହିଦ ରେଣ୍ଡୋ ମାଝୀ ମେଡିକାଲ କଲେଜ ଓ ହସ୍ପିଟାଲ ରଖାଯାଇଛି । ୨ ଦଶନ୍ଦି ଧରି ଜିଲ୍ଲାରେ ମେଡିକାଲ କଲେଜ୍ ନେଇ ଦାବି ହେଉଥିବାବେଳେ ଆଜି ତାହା ପୂରଣ ହୋଇଛି । ମୁଖ୍ୟମନ୍ତ୍ରୀ ଏହି ଅବସରରେ କଳାହାଣ୍ଡି ବିକାଶ ପଥରେ ଆଗେଇ ନେବାକୁ ଅନେକ ପ୍ରକଳ୍ପ ଭେଟି ଦେଇଛନ୍ତି । କେବଳ ସେତିକି ନୁହେଁ ଆୟୋଜିତ କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀଙ୍କ ସହ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପାଠପଢା ସହ ସମସ୍ତ ସୁବିଧା ସୁଯୋଗ ନେଇ ଛାତ୍ରଛାତ୍ରୀଙ୍କ ଠାରୁ ପଚାରି ବୁଝିଛନ୍ତି।