Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଜାନୁଆରୀ ୧୭ରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ପ୍ରତିଷ୍ଠା, ସମୀକ୍ଷା କଲେ ଗଜପତି ମହାରାଜ

ପୁରୀ: ଆଗାମୀ ଜାନୁଆରୀ ୧୭ରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ପ୍ରତିଷ୍ଠା ହେବ। ଏ ନେଇ ଶୁକ୍ରବାର ଗଜପତି ମହାରାଜ ସୂଚନା ଦେଇଛନ୍ତି। ପ୍ରକଳ୍ପ କାର୍ଯ୍ୟ ସମୀକ୍ଷା କରିବା ସହିତ ଶ୍ରୀସେତୁ, ଜଗନ୍ନାଥ ବଲ୍ଲଭ ପାର୍ଟିଂ କାର୍ଯ୍ୟ ବି ଅନୁଧ୍ୟାନ କରିଛନ୍ତି ଗଜପତି ମହାରାଜ।

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ ସେ କହିଛନ୍ତି, ଜାନୁଆରି ୧୨ ତାରିଖରୁ ହୋମଯଜ୍ଞ ଆରମ୍ଭ ହେବ। ୫ ଦିନ ହୋମଯଜ୍ଞ ହେବା ପରେ ପରିକ୍ରମା ପ୍ରକଳ୍ପର ପ୍ରତିଷ୍ଠା କରାଯିବ। ୫ ଦିନ ଧରି ଭବ୍ୟ କାର୍ଯ୍ୟକ୍ରମର ଆୟୋଜନ କରାଯିବ। ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ପ୍ରତିଷ୍ଠା ପୂର୍ବରୁ ଆଜି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଓ ଜଗନ୍ନାଥ ବଲ୍ଲଭ ଉନ୍ନୟନ କାମର ସମୀକ୍ଷା କରିଛନ୍ତି ଗଜପତି ମହାରାଜା ଦିବ୍ୟସିଂହ ଦେବ।

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଗଜପତି ମହାରାଜ ଜଗନ୍ନାଥ ବଲ୍ଳଭରେ ହେଉଥିବା ମଲ୍ଟି ଲେଭଲ ପାର୍କିଂ, ତୀର୍ଥଯାତ୍ରୀ କେନ୍ଦ୍ର ନିର୍ମାଣ, ୩୭ ଶହ ବର୍ଗଫୁଟର ଧ୍ୟାନ ଯୋଗ କେନ୍ଦ୍ର, ୧୮୪ଟି ଦୋକାନ, ୧୪୨୦ କାର ପାର୍କିଂ, ୨ ଶହ ଦୁଇ ଚକିଆ ଯାନ କାର୍ଯ୍ୟର ସମୀକ୍ଷା କରିଛନ୍ତି। ରଘୁନନ୍ଦନ ଲାଇବ୍ରେରୀ ପାଇଁ ଟେଣ୍ଡର ପ୍ରକ୍ରିୟା ଶେଷ ହୋଇଛି । ଗୋପାଳତୀର୍ଥ ମଠ ଓ ନାରାୟଣୀ ମନ୍ଦିରର ପୁନରୁଦ୍ଧାର ହେବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କହିଛନ୍ତି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ