ପାଣ୍ଡିଆ ପାଲି ଖେଳ ପଡିଆରେ ସହିଦ ବିଭୀଷଣ ସାହୁ ସ୍ମାରକୀ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ


ବୀରମହାରାଜପୁର : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ପଣ୍ଡିଆପାଲି ଗ୍ରାମରେ ବୀର ମାରୁତି କ୍ରିକେଟ କ୍ଲବ ଆନୁକୁଲ୍ୟରେ ସହିଦ ବିଭୀଷଣ ସାହୁ ସ୍ମାରକୀ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଘାଟିତ ହୋଇଯାଇଛି । ଉଦଘାଟନୀ ଉତ୍ସବରେ ବୀରମହାରାଜପୁର ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହା ମୁଖ୍ୟ ଅତିଥି ଏବଂ ଖଣ୍ଡହତା ସରପଞ୍ଚ ଜୟଶ୍ରୀ ଦେହୁରୀ , କମିରା ସରପଞ୍ଚ ଅନୁଶୟା ପଧାନ , ଗାୟତ୍ରୀ ଆବାସିକ ଶିକ୍ଷା ନିକେତନ ର ପ୍ରଧାନ ଶିକ୍ଷକ ପଙ୍କଜ ଖମାରୀ , ସରପଞ୍ଚ ପ୍ରତିନିଧି ଗୋପାଳ ସେଠୀ , ସପନ ପଧାନ , ବୈଷ୍ଣବ ଜଗଦଲା , ସମୀତିସଭ୍ୟା ପ୍ରତିନିଧି ଲମ୍ବୋଦର ମହକୁର , ନୀଳାମ୍ବର ଘିବିଲା ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଟୁର୍ଣ୍ଣାମେଣ୍ଟ କୁ ଉଦଘାଟନ କରିଥିଲେ। ଉଦଘାଟନୀ ମ୍ୟାଚ ଟି ରଥପୁର ଓ କଳପଥର ମଧ୍ୟରେ ହୋଇଥିଲା । ରଥପୁର ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୮ ଓଭର ରେ ସମସ୍ତ ଉଇକେଟ ହରାଇ ୫୪ ରନ କରିଥିଲା । ଜବାବରେ କଳାପଥର ଦଳ ୭ ଓଭର ରେ ୪ ଉଇକେଟ ହରାଇ ୫୫ରନ କରି ବିଜୟୀ ହୋଇଥିଲା । ଦ୍ଵିତୀୟ ମ୍ୟାଚ୍ ଟି ଭୀମ ସ୍ପୋଟିଂ ସୋନପୁର ଓ ଉଲୁଣ୍ଡା ମଧ୍ୟରେ ହୋଇଥିଲା । ଏଥିରେ ଉଲୁଣ୍ଡା ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୮ ଓଭର ରେ ୨ ଉଇକେଟ ହରାଇ ୧୫୮ ରନ କରିଥିଲା । ଜବାବରେ ସୋନପୁର ଦଳ ୭ ଓଭର ରେ ସମସ୍ତ ଉଇକେଟ ହରାଇ ୫୪ ରନ କରି ପରାସ୍ତ ହୋଇଥିଲା । ପ୍ରଥମ ମ୍ୟାଚ୍ ର ବିଜେତା କଳାପଥର ଓ ଦ୍ଵିତୀୟ ମ୍ୟାଚ୍ ର ବିଜେତା ଉଲୁଣ୍ଡା ମଧ୍ୟରେ ପ୍ରଥମ କ୍ୱାଟର ଫାଇନାଲ ମ୍ୟାଚ୍ ଖେଳା ଯାଇଥିଲା । ଏଥିରେ ଉଲୁଣ୍ଡା ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୮ ଓଭର ରେ ୬ ଉଇକେଟ ହରାଇ ୯୨ ରନ କରିଥିଲା । ଜବାବରେ କଳାପଥର ଦଳ ନିର୍ଦ୍ଧାରିତ ୮ ଓଭର ରେ ୩ ଉଇକେଟ ହରାଇ ୮୫ ରନ କରି ପରାସ୍ତ ହୋଇଥିଲା । ଫଳରେ ଉଲୁଣ୍ଡା ଦଳ ପ୍ରଥମ ଦଳ ଭାବେ ସେମି ଫାଇନାଲ ପ୍ରବେଶ କରିଛି । ଦ୍ଵିତୀୟ ଦିବସ ରେ ପ୍ରଥମ ମ୍ୟାଚ୍ ଟି ପାଣ୍ଡିଆପାଲି ଓ ମହଦା ପଞ୍ଚାୟତ ମଧ୍ୟରେ ମଧ୍ୟରେ ହୋଇଥିଲା । ଏଥିରେ ପାଣ୍ଡିଆପାଲି ବିଜୟୀ ହୋଇଥିଲା। ଦ୍ଵିତୀୟ ମ୍ୟାଚ୍ ଟି ସମଲେଶ୍ଵରୀ ଟାଇଗର ସୋନପୁର ଓ ରୁଗୁଡ଼ିପାଲି ମଧ୍ୟରେ ହୋଇଥିଲା । ଏଥିରେ ସୋନପୁର ଦଳ ବିଜୟୀ ହୋଇଥିଲା । ସମଲେଶ୍ଵରୀ ଟାଇଗର ସୋନପୁର ଓ ପଣ୍ଡିଆପାଲି ମଧ୍ୟରେ ଅନୁଷ୍ଠିତ କ୍ୱାର୍ଟର ଫାଇନାଲ ମ୍ୟାଚ୍ ରେ ପାଣ୍ଡିଆପାଲି ଦଳ ପ୍ରଥମ ବ୍ୟାଟିଂ କରି ୬୧ ରନ କରିଥିବା ବେଳେ ସମଲେଶ୍ଵରୀ ଟାଇଗର ସୋନପୁର ଦଳ ୫୮ ରନ କରି ପରାସ୍ତ ହୋଇଥିଲା । ଫଳରେ ପଣ୍ଡିଆପାଲି ଦଳ ଦ୍ଵିତୀୟ ଦଳ ଭାବେ ସେମି ଫାଇନାଲ ରେ ପ୍ରବେଶ କରିଛି । ମ୍ୟାଚ ଗୁଡ଼ିକ ରେ ସୁବ୍ରତ ବେହେରା , ପ୍ରଫୁଲ୍ଲ ବେହେରା , ରାଜୀବ ପ୍ରଧାନ ଆମ୍ପ୍ୟାର , କୁମାର ସେଠୀ ସ୍କୋରର ଏବଂ ରିଙ୍କୁ ଭୋଇ ଧାରା ବିବରଣୀ ପ୍ରଦାନ କରିଥିଲେ ।

ଗଜପତି ଜିଲ୍ଲାରେ ଆନ୍ଧ୍ର ଅଧିକାରୀମାନଙ୍କ ବେଆଇନ ପ୍ରବେଶକୁ ପ୍ରଶୟ ଦିଆଯିବ ନାହିଁ…. ଗଜପତି ଜିଲ୍ଲାପାଳ ପାରଳାଖେମୁଣ୍ଡି,୧୯/୭(ଗରୁଡ ଧ୍ୱଜ ଚୌଧୁରୀ) ଓଡ଼ିଶା ସୀମାରେ ଆନ୍ଧ୍ର ଅଧିକାରୀଙ୍କ ଅନୁପ୍ରବେଶ କରି ଓଡ଼ିଶାର 3 ଗୋଟି ଗାଁକୁ ଆନ୍ଧ୍ରର ବୋଲି ଦାବି କରିବା ବ୍ୟର୍ଥ ଉଦ୍ୟମକୁ କେବେ ବି ସଫଳ କରି ଦିଆଯିବନାହିଁ. ଓଡିଶା ତଥା ଗଜପତି ଜିଲ୍ଲାର ପରିସୀମା ମଧରେ ଆନ୍ଧ୍ର ଅଧିକାରୀଙ୍କ ବେଆଇନ ପ୍ରବେଶ ଓ ବିଭିନ୍ନ ମିଥ୍ୟା ଓ ବିଭ୍ରାନ୍ତିକର ମନ୍ତବ୍ୟକୁ କେବେ ବି ପ୍ରଶୟ ଦିଆ ଯିବନାହିଁ ବୋଲି ଗଜପତି ଜିଲ୍ଲାପାଳ ବିଜୟ କୁମାର ଦାସ ଦୃଢତାର ସହ ପ୍ରକାଶ କରିଛନ୍ତି.ଏହି ଘଟଣା ନେଇ ଗଜପତି ଜିଲ୍ଲା ପ୍ରଶାସନ ସମ୍ପୂର୍ଣ ଆକସନ୍ ମୁଡ୍‌ରେ ରହିଥ‌ିବା ଜଣାପଡ଼ିଛି। ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ ଅଧୀନ ଗଙ୍ଗାବାଡ଼ ପଞ୍ଚାୟତର ମାଣିକପାଟଣା, ଆମରିଙ୍ଗି ଓ ବୁରୁସିଂ ଆଦି 3 ଗୋଟି ଗ୍ରାମକୁ ଗଜପତି ଜିଲ୍ଲାପାଳ ବିଜୟ କୁମାର ଦାସ ଓ ଆରକ୍ଷୀ ଅଧୀକ୍ଷକ ଯତୀନ୍ଦ୍ର ପଣ୍ଡା ପହଞ୍ଚି ଲୋକଙ୍କ ସହ ସାକ୍ଷାତ କରି ବିଭିନ୍ନ ବିଷୟରେ ଆଲୋଚନା କରିଛନ୍ତି। ଆନ୍ଧ୍ରର କୌଣସି ଅଧିକାରୀ ଆସିଲେ ଡରିବାର ନାହିଁ. ତୁରନ୍ତ ପ୍ରଶାସନକୁ ଜଣାଇବାକୁ ଜିଲ୍ଲାପାଳ ଗ୍ରାମବାସୀଙ୍କୁ କହିଛନ୍ତି. ଓଡ଼ିଶା ଜାଗା ଛାଡିବୁନି କି ଆନ୍ଧ୍ର ଜାଗା ମାଡ଼ିବୁ ନାହିଁ ବୋଲି ଜିଲ୍ଲାପାଳ ବିଜୟ କୁମାର ଦାସ ଗ୍ରାମବାସୀମାନଙ୍କୁ ଦୃଢତାର ସହ ପ୍ରକାଶ କରିଛନ୍ତି। ଏଥିସହ ମାଣିକପାଟଣାରେ ତିଆରି ହୋଇଥିବା ଆନ୍ଧ୍ରର ଅଙ୍ଗନବାଡ଼ି କେନ୍ଦ୍ରକୁ ବୁଲି ଦେଖୁବା ସହ ଉକ୍ତ କେନ୍ଦ୍ରର ସୀମା ଚିହ୍ନଟ ପାଇଁ ରାୟଗଡ ତହସିଲଦାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସୀମାକୁ ନେଇ କୌଣସି ବିବାଦ ନାହିଁ ଉନ୍ନୟନ କାର୍ଯ୍ୟ ହୋଇଥିବା ଅଞ୍ଚଳ ଓଡ଼ିଶାର, ଓଡ଼ିଶା ସୀମା ଭିତରେ ହିଁ ରହିଛି. ଗତ କିଛି ଦିନ ତଳେ ପାରଳାଖେମୁଣ୍ଡି ଉପଜିଲ୍ଲାପାଳ ଏହି ଅଞ୍ଚଳ ଗସ୍ତ କରି ସମସ୍ତ ଅନୁଧ୍ୟାନ କରିବା ପରେ ଯେଉଁ ରିପୋର୍ଟ ପ୍ରଦାନ କରିଛନ୍ତି ଆନ୍ଧ୍ରର ଶ୍ରୀକାକୁଲମ ଜିଲ୍ଲାପାଳଙ୍କୁ ଚିଠି ଲେଖୁ ଜଣାଇ ଦିଆଯାଇଛି। ଏହି ଗସ୍ତ ସମୟରେ ସହକାରୀ ନିର୍ବାହୀ ଯନ୍ତ୍ରୀ ସିଦ୍ଧାର୍ଥ ଶଙ୍କର ତ୍ରିପାଠୀ, ସିଡିପିଓ ବି. କାମଳାଙ୍ଗୀ, ଏସ୍‌ ଡିପିଓ ମାଧବାନନ୍ଦ ନାୟକ, ଜିଲ୍ଲା ଶିକ୍ଷା ଅଧିକାରୀ ମାୟାଧର ସାହୁ, ଗାରାବନ୍ଧ ଥାନା ଅଧିକାରୀ ପ୍ରଶାନ୍ତ ନିଶିକା ପ୍ରମୁଖଙ୍କ ସହ କେତେଜଣ ପ୍ରଶାସନିକ ଅଧିକାରୀ ଏହି 3 ଗୋଟି ଗ୍ରାମକୁ ଉପଜିଲ୍ଲାପାଳଙ୍କ ସହ ଗସ୍ତ କରି ସମସ୍ତ ଅନୁଧ୍ୟାନ କରିଥିଲେ। ମୋଟାମୋଟି ଭାବେ ଏହି ସମସ୍ତ ଅଞ୍ଚଳ କେବଳ ଓଡିଶାର ଏବଂ ଗଜପତି ଜିଲ୍ଲା ଅଧୀନରେ ରହିଥିବା ସ୍ପଷ୍ଟ ହୋଇଯାଇଛି. ଆଗାମୀ ଦିନରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ଉନ୍ନୟନମୂଳକ ଯୋଜନାରେ ଆହୁରି ଅନେକ ବିକାଶମୂଳକ ଜନ ହିତକର କାର୍ଯ୍ୟ କରାଯିବ. ତେଣୁ ଅଞ୍ଚଳବାସୀ ଆନ୍ଧ୍ରର କେତେକ ଅଧିକାରୀଙ୍କ ବିଭ୍ରାନ୍ତିମୂଳକ ଓ ଭୁଲ ତଥ୍ୟକୁ କୌଣସି ଭାବେ ଗୁରୁତ୍ୱ ନ ଦେଇ ଓଡିଶା ପ୍ରଶାସନର ବିଭିନ୍ନ ଉନ୍ନୟନମୂଳକ ଯୋଜନାରେ ନିଜ ନିଜକୁ ସାମିଲ କରି ଏହି ଅଞ୍ଚଳର ଉନ୍ନତି ଓ ବିକାଶ ପାଇଁ ସହଯୋଗ କରନ୍ତୁ ବୋଲି ଗଜପତି ଜିଲ୍ଲାପାଳ ବିଜୟ କୁମାର ଦାଶ ସମ୍ପୃକ୍ତ ଅଞ୍ଚଳବାସୀଙ୍କୁ ନିବେଦନ କରିଛନ୍ତି.