Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ଭବାନୀପାଟଣା ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

ଭବାନୀପାଟଣା, ୦୬/୧୧ (ଜଗନ୍ନାଥ ନାଏକ) : ଆଜି ଜିଲ୍ଲାପାଳଙ୍କ ସମ୍ମିଳନୀ ଗୃହରେ କଳାହାଣ୍ଡି ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀ ଏଵଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ଅଭିଳାଷ ଜୀ ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଉପ ଜିଲ୍ଲାପାଳ ଡ ବିଶ୍ବଜିତ ଦାସଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ। ଏହି ଜନ ଶୁଣାଣି ଶିବିରରେ ମୋଟ ୧୬୦ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୧୩୫ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୨୫ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୩୪ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା। ମୂଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୩ଜଣ ଙ୍କୁ ସହାୟତା ମଞ୍ଜୁର କରାଯାଇଥିଲା