Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ବୁଧବାର ଶ୍ରୀଜିଉଙ୍କ ବନକଲାଗି ନୀତି, ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ

ପୁରୀ: ବୁଧବାର ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ପାଇଁ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ବୁଧବାର ଅପରାହ୍ଣ ୫ଟାରୁ ରାତି ୯ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ । ରାତି ୯ଟା ପରେ ଦର୍ଶନ ସ୍ଵାଭାବିକ ହେବା ନେଇ ମଙ୍ଗଳବାର ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ଦତ୍ତମହାପାତ୍ର ସେବକମାନେ ଶ୍ରୀଜିଉଙ୍କ ସିଂହାର କରିବେ।  ଅପରାହ୍ଣରେ ଦ୍ଵିତୀୟ ଭୋଗ ମଣ୍ଡପ ନୀତି ସରିବା ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀବିଗ୍ରହଙ୍କ ଶ୍ରୀମୁଖ ସିଂହାର କରିବା ପାଇଁ ଗର୍ଭଗୃହରେ ପ୍ରବେଶ କରିବେ। ଏହି ସମୟରେ ପାଳିଆ ପୂଜାପଣ୍ଡା, ପାଳିଆ ଖୁଣ୍ଟିଆ, ଗରାବଡ଼ୁ, ପାଳିଆ ପୁଷ୍ପାଳକ, ଚାଙ୍ଗଡ଼ା ମେକାପ, ମୁଦୁଲି ଆଦି ସେବକଙ୍କର ମଧ୍ୟ ନୀତି ସମ୍ପାଦନରେ ଭୂମିକା ରହିଛି।

ସୂଚନାଯୋଗ୍ୟ, ବିଗତ ଦିନରେ ଶ୍ରୀଜିଉଙ୍କ ବନକଲାଗି ନୀତିକୁ ନେଇ ବିବାଦ ଦେଖା ଦେଇଥିଲା। ଶ୍ରୀମନ୍ଦିର ପ୍ରଶାସନ ଓ ଦତ୍ତମହାପାତ୍ର ନିଯୋଗଙ୍କ ମଧ୍ୟରେ ବିବାଦ ଯୋଗୁଁ ଶ୍ରୀଜିଉଙ୍କ ବନକଲାଗି ନୀତି ନିର୍ଦ୍ଧାରିତ ସମୟରେ ଅନୁଷ୍ଠିତ ହୋଇ ପାରି ନ ଥିଲା। ବିଶେଷ କରି ନୀଳାଦ୍ରି ବିଜେ ପରଠୁ ଦେଢ ମାସ ଯାଏ ବନକଲାଗି ନୀତି ହୋଇ ପାରି ନ ଥିଲା। ଏହା ପରେ ମଧ୍ୟ କିଛି ବିବାଦ ଦେଖା ଦେଇଥିଲା।